ନୂଆଦିଲ୍ଲୀ: ଗୁରୁବାର ନୂଆଦିଲ୍ଲୀର ଭାରତ କୃଷି ଗବେଷଣା ପ୍ରତିଷ୍ଠାନରେ କୃଷକଙ୍କୁ ଭେଟି ଆଲୋଚନା କରିଥିଲେ ପ୍ରଧାନମନ୍ତ୍ରୀ । ଏହି ସମୟରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା । ବର୍ଷା ହେଉଥିବାରୁ ପ୍ରଧାନମନ୍ତ୍ରୀ ନିଜେ ଚାଷୀଙ୍କ ପାଇଁ ଛତା ଧରି ଛିଡା ହୋଇଥିଲେ । ବର୍ଷା ହେବାରୁ ଏହି କାର୍ଯ୍ୟକ୍ରମ ଶେଷ କରିବାକୁ ଅଧିକାରୀ ମାନେ ପରାମର୍ଶ ଦେଇଥିଲେ, କିନ୍ତୁ ମୋଦି ଚାଷୀଙ୍କ ପାଇଁ ଛତା ଧରି ଛିଡା ହୋଇଥିଲେ । ପ୍ରଧାନମନ୍ତ୍ରୀଙ୍କ ଏପରି କାର୍ଯ୍ୟକୁ ସୋସିଆଲ ମିଡିଆରେ ପ୍ରଶଂସା କରାଯାଉଛି ।
ଭାରତୀୟ କୃଷି ଗବେଷଣା ସଂସ୍ଥାରେ ପ୍ରଧାନମନ୍ତ୍ରୀ: ନରେନ୍ଦ୍ର ମୋଦି ଗତକାଲି ନୂଆଦିଲ୍ଲୀସ୍ଥିତ ଭାରତୀୟ କୃଷି ଗବେଷଣା ସଂସ୍ଥାରେ ୧୦୯ଟି ଉଚ୍ଚ ଉତ୍ପାଦନକ୍ଷମ ଜଳବାୟୁ ସହନଶୀଳ ଏବଂ ଜୈବ ଉର୍ବରୀକରଣ ପ୍ରଜାତିର ଫସଲ ଉନ୍ମୋଚନ କରିଥିଲେ । ଏହି ଅବସରରେ ପ୍ରଧାନମନ୍ତ୍ରୀ କୃଷକ ଏବଂ ବୈଜ୍ଞାନିକମାନଙ୍କ ସହ ଆଲୋଚନା କରିଥିଲେ । ଏହି ନୂତନ ଫସଲ ପ୍ରଜାତିର ମହତ୍ତ୍ୱ ଉପରେ ଆଲୋଚନା କରି ପ୍ରଧାନମନ୍ତ୍ରୀ କୃଷି କ୍ଷେତ୍ରରେ ମୂଲ୍ୟ ବୃଦ୍ଧିର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ । ଏହି ନୂତନ କିସମଗୁଡିକ ଅତ୍ୟନ୍ତ ଲାଭଦାୟକ ହେବ କାରଣ ଏହା ଚାଷୀଙ୍କ ଖର୍ଚ୍ଚ ହ୍ରାସ କରିବାରେ ସହାୟକ ହେବା ସହିତ ପରିବେଶ ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇବ ବୋଲି କହିଥିଲେ ପ୍ରଧାନମମନ୍ତ୍ରୀ ।