ଓଡିଶା

odisha

ETV Bharat / bharat

ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ବିଜ୍ଞପ୍ତି, ଆଜିଠୁ ନାମାଙ୍କନ ଭରିବେ ପ୍ରାର୍ଥୀ - LOK SABHA ELECTION 2024 - LOK SABHA ELECTION 2024

Lok Sabha Election 2024: ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ଦାଖଲ ପ୍ରକ୍ରିୟା । 94ଟି ସଂସଦୀୟ ଆସନ ପାଇଁ ନାମାଙ୍କନ ଭରିବେ ପ୍ରାର୍ଥୀ । ଅଧିକ ପଢନ୍ତୁ

Lok Sabha Election 2024
Lok Sabha Election 2024

By ETV Bharat Odisha Team

Published : Apr 12, 2024, 8:23 AM IST

Updated : Apr 12, 2024, 9:36 AM IST

ନୂଆଦିଲ୍ଲୀ: ଚଳିତ ମାସ ଏପ୍ରିଲ 19 ତାରିଖରୁ 7 ଟି ପର୍ଯ୍ୟାୟରେ ହେବ ଲୋକସଭା ନିର୍ବାଚନ । ପ୍ରଥମ ପର୍ଯ୍ୟାୟ ଓ ଦ୍ବିତୀୟ ପର୍ଯ୍ୟାୟ ପରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମେ 7ରେ ହେବ ତୃତୀୟ ପର୍ଯ୍ୟାୟ ନିର୍ବାଚନ । ଏଥିପାଇଁ ଆଜିଠାରୁ(ଶୁକ୍ରବାର) 12ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର 94ଟି ସଂସଦୀୟ ଆସନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ତୃତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରବାର ପ୍ରକାଶ ପାଇଥିଲା ବିଜ୍ଞପ୍ତି । ମଧ୍ୟ ପ୍ରଦେଶର ବେତୁଲ ସଂସଦୀୟ ଆସନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ । ଏହି ଆସନରେ ଦ୍ବିତୀୟ ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିଲା । କିନ୍ତୁ ବିଏସପି ପ୍ରାର୍ଥୀଙ୍କ ମୃତ୍ୟୁ ହେବାରୁ ଏହାକୁ ସ୍ଥଗିତ ରଖାଯାଇଥିଲା ।

Lok Sabha Election 2024

ଏହା ମଧ୍ୟ ପଢନ୍ତୁ-ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠାରୁ ନାମାଙ୍କନ, ଏପ୍ରିଲ 19ରେ 102 ଆସନରେ ଭୋଟ୍

ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ ପତ୍ର ଭରିବେ କରିବେ ପ୍ରତିଦ୍ବନ୍ଦ୍ବୀ ଦଳର ପ୍ରାର୍ଥୀ । ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି ଏପ୍ରିଲ 19 । ଏପ୍ରିଲ 2ରେ ପ୍ରାର୍ଥୀ ପତ୍ର ଯାଞ୍ଚ ହେବ । ଏପ୍ରିଲ 22 ତାରିଖ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ । 4 ଜୁନରେ ଭୋଟ ଗଣନା ହେବ ।

ତୃତୀୟ ପର୍ଯ୍ୟାୟରେ ଏହି ରାଜ୍ୟରେ ହେବ ମତଦାନ:ଆଜି ବିହାର, ଆସାମ, ଛତିଶଗଡ, ଦାଦ୍ରା ଓ ନଗରହାବେଳି, ଗୋଆ, ଡାମନ ଓ ଡିୟୁ, ଗୁଜୁରାଟ, ଜମ୍ମୁ କାଶ୍ମୀର, ମହାରାଷ୍ଟ୍ର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ ଓ ଉତ୍ତରପ୍ରଦେଶର 94ଟି ଆସନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବେ ପ୍ରାର୍ଥୀ ।

ଏହା ମଧ୍ୟ ପଢନ୍ତୁ-ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ, ଏପ୍ରିଲ 26ରେ 88 ଆସନରେ ଭୋଟ୍ - Lok Sabha Election 2024

ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ମାର୍ଚ୍ଚ 20 ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ମାର୍ଚ୍ଚ 27 ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ହେବା ପରେ 28 ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହୋଇଥିଲା । ମାର୍ଚ୍ଚ 30 ନାମାଙ୍କନ ପତ୍ର ପ୍ରତ୍ୟାହାର ତାରିଖ ରହିଥିଲା । ସେହିପରି ମାର୍ଚ୍ଚ 28 ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇ ଏପ୍ରିଲ 4ରେ ଶେଷ ହୋଇଥିଲା । ଏପ୍ରିଲ 8ରେ ନାମାଙ୍କନ ପ୍ରତ୍ୟାହାର ତାରିଖ ରହିଥିଲା ।

Last Updated : Apr 12, 2024, 9:36 AM IST

ABOUT THE AUTHOR

...view details