ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ନୂଆଦିଲ୍ଲୀାରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ‘ନୂତନ କୌଶଳ ଭବନ’ର ଉଦଘାଟନ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ବିଶ୍ବକର୍ମା ଯୋଜନା, ପ୍ରଧାନମନ୍ତ୍ରୀ ଜନଧନ, ସଂକଳ୍ପ, ପ୍ରଧାନମନ୍ତ୍ରୀ କୌଶଳ ବିକାଶ ଯୋଜନା ଭଳି ସରକାରଙ୍କ ବିଭିନ୍ନ ମହିଳା ଲାଭାର୍ଥୀଙ୍କ ଦ୍ବାରା ପ୍ରଦର୍ଶିତ ପ୍ରଦର୍ଶନୀ ଷ୍ଟଲକୁ ବୁଲିବା ସହ ଲାଭାର୍ଥୀଙ୍କ ସହ କଥା ହୋଇଥିଲେ ।
କୌଶଳ ଭବନର ଉଦଘାଟନ ପାଇଁ ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇବା ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, "ଏହି ଅତ୍ୟାଧୁନିକ କୌଶଳ ଭବନ ଦକ୍ଷତା ପରିସଂସ୍ଥାନ ସହ ସମନ୍ବୟକୁ ଅଧିକ ସୁଗମ କରିବ । ଦକ୍ଷତା ବିକାଶକୁ ନୂଆ ଶିଖରରେ ପହଞ୍ଚାଇବ । ସ୍କିଲକୁ ଲୋକ ସଶକ୍ତିକରଣ ତଥା ବିକଶିତ ଭାରତର ସାରଥୀ ହେବା ଦିଗରେ ଆମ ସମସ୍ତଙ୍କୁ ପ୍ରେରଣା ଦେବ । "
ଅଧିକ ପଢନ୍ତୁ- କୌଶଳ ବିକାଶ ସଶକ୍ତିକରଣର ଏକ ମାଧ୍ୟମ: କେନ୍ଦ୍ର ଶିକ୍ଷାମନ୍ତ୍ରୀ