ପାଟନା:ବିହାରରେ ଭୟଙ୍କର ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ସ୍କର୍ପିଓ । ଦୁର୍ଘଟଣାରେ 9 ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କଇମୁର ଜିଲ୍ଲାର ମୋହାନିଆ ପୋଲିସ ଷ୍ଟେସନ ଅନ୍ତର୍ଗତ ଦେବକାଳି ନିକଟରେ ଏହି ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ବାଇକ ଚାଳକ ଓ କାରରେ ଯାତ୍ରା କରୁଥିବା 8 ଯାତ୍ରୀଙ୍କର ମୃତ୍ୟୁ ହୋଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି ।
ଏହା ମଧ୍ୟ ପଢନ୍ତୁ-ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ଦୁର୍ଘଟଣାରେ ଫରେଷ୍ଟର ମୃତ
ମିଳିଥିବା ସୂଚନା ଅନୁଯାୟୀ, କାରଟି ସାସରାମରୁ ବାରାଣାସୀ ଆଡକୁ ଯାଉଥିଲା । ଦେବକାଳି ଗ୍ରାମ ନିକଟ ମୋହାନିଆରେ ପହଞ୍ଚିବା ସ୍କର୍ପିଓଟି ଏକ ବାଇକ୍ ଆରୋହୀଙ୍କୁ ଧକ୍କା ଦେବା ପରେ ଭାରସାମ୍ୟ ହରାଇ ରାସ୍ତାର ଅନ୍ୟ ପାର୍ଶ୍ୱକୁ ଚାଲିଯାଇଥିଲା । ଏହାପରେ ସାମ୍ନା ପଟୁ ଆସୁଥିବା ଏକ ଟ୍ରକ ସହ ସ୍କର୍ପିଓଟି ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ 9 ଜଣଙ୍କର ମୃତ୍ୟୁ ହୋଇଥିଲା । ଏନେଇ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତଦେହ ଗାଡିରୁ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି । ମୃତକଙ୍କ ପରିଚୟ ବର୍ତ୍ତମାନ ସୁଦ୍ଧା ମିଳିପାରିନାହିଁ । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସ୍କର୍ପିଓଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି ।