ଓଡିଶା

odisha

ETV Bharat / photos

ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ; ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କୁ ଦେଲେ ଶ୍ରଦ୍ଧାଞ୍ଜଳି - CM Mohan Majhi Visits Suando

By ETV Bharat Odisha Team

Published : Jun 13, 2024, 1:25 PM IST

ପୁରୀ: ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନ୍ତ୍ରିମଣ୍ଡଳ ସଦସ୍ୟମାନଙ୍କ ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି । ଏହାପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋ ଗସ୍ତ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ଏବଂ ଲୋକଙ୍କ ସହ କଥାବାର୍ତ୍ତା କରି ଖୁବଶୀଘ୍ର ସମସ୍ତ ପ୍ରତିଶ୍ରୁତି ପୂରଣ ହେବ ବୋଲି କହିଛନ୍ତି । (ETV Bharat Odisha)
ପୁରୀରେ ମହାବାହୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ ପରେ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ସୁଆଣ୍ଡୋ ଗାଁ ବୁଲିଛନ୍ତି ମୁଖ୍ୟମନ୍ତ୍ରୀ । (ETV Bharat Odisha)
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । (ETV Bharat Odisha)
ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା, ସାଂସଦ ଓ ବିଧାୟକମାନେ ସାମିଲ ଥିଲେ । (ETV Bharat Odisha)
ମୁଖ୍ୟମନ୍ତ୍ରୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । (ETV Bharat Odisha)
ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ପୀଠରେ ସିଏମ ସମସ୍ତ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କ ସହ ଫଟୋ ମଧ୍ୟ କ୍ଲିକ କରିଛନ୍ତି । (ETV Bharat Odisha)
ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା ମଧ୍ୟ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । (ETV Bharat Odisha)
ସୁଆଣ୍ଡୋ ଗାଁ ବୁଲିବା ସହ ଗ୍ରାମବାସୀଙ୍କ ସହ କଥାବାର୍ତ୍ତା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । (ETV Bharat Odisha)
ସିଏମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶ୍ରୁତି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି । (ETV Bharat Odisha)
ଖୁବଶୀଘ୍ର ସମସ୍ତ ସମସ୍ୟା ଦୂର ହେବା ସହ ପ୍ରତିଶୃତି ପୂରଣ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । (ETV Bharat Odisha)

ABOUT THE AUTHOR

...view details