ଭୁବନେଶ୍ବର: ଆଜି ଠାରୁ ଆରମ୍ଭ ହୋଇଛି ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେସନ । ବିଧାନସଭାରେ ଆଜି ଶପଥ ପାଠ କରିଛନ୍ତି ନବନିର୍ବାଚିତ ବିଧାୟକ । ବିଧାୟକଙ୍କୁ ଶପଥ ପାଠ କରାଉଛନ୍ତି ପ୍ରୋଟେମ ସ୍ପିକର ବା କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ । ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପରେ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂହଦେଓ ମଧ୍ୟ ଶପଥ ନେଇଛନ୍ତି ।
ବିଜେଡ଼ି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଧାୟକ ଭାବେ ଶପଥ ନେଇଛନ୍ତି । ସେହିପରି ଜଣଙ୍କ ପରେ ଜଣେ ନବନିର୍ବାଚିତ ବିଧାୟକମାନେ ଶପଥ ନେଇଛନ୍ତି । ଆସନ୍ତାକାଲି ମଧ୍ୟ ଶପଥ ପାଠ କାର୍ଯ୍ୟକ୍ରମ ଜାରି ରହିବ ବୋଲି ସୂଚନା ମିଳିଛି । ନବ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବା ଲାଗି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଡକାଯାଇଥିଲା । ବିଧାୟକଙ୍କୁ ଶପଥ ପାଠ କରାଇବା ଲାଗି ପ୍ରୋଟେମ ସ୍ପିକର ବା କାମଚଳା ବାଚସ୍ପତି ଭାବେ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ନିଯୁକ୍ତି ଦେଇଛନ୍ତି ରାଜ୍ୟପାଳ । ନିଷ୍ପତ୍ତି ଅନୁସାରେ ଆଜି ଓ ଆସନ୍ତାକାଲି ବିଧାୟକ ମାନଙ୍କୁ ଶପଥ ପାଠ କାର୍ଯ୍ୟକ୍ରମ ଧାର୍ଯ୍ୟ ହୋଇଛି । ନିଷ୍ପତ୍ତି ଅନୁସାରେ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କୁ ବିଧାନସଭା ପକ୍ଷରୁ ଆଜି ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା ।
ଏହା ମଧ୍ୟ ପଢନ୍ତୁ...ଆଜିଠୁ ବିଧାନସଭା ଅଧିବେଶନ: ନବ ନିର୍ବାଚିତ ବିଧାୟକଙ୍କ ଶପଥ ପାଠ, ବଛାଯିବେ ବାଚସ୍ପତି - ODISHA ASSEMBLY SESSION TODAY