ଓଡିଶା

odisha

ETV Bharat / politics

ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ: ଟ୍ବିଟ୍ କରି ମନା କଲେ ମନମୋହନ, ରିପୋଷ୍ଟ କଲେ ଧର୍ମେନ୍ଦ୍ର - No Alliance Between BJD And BJP - NO ALLIANCE BETWEEN BJD AND BJP

BJD BJP Alliance: ମେଣ୍ଟ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ମେଣ୍ଟ ହେବନି ବୋଲି ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ରିପୋଷ୍ଟ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

BJD BJP Alliance
BJD BJP Alliance

By ETV Bharat Odisha Team

Published : Mar 22, 2024, 3:56 PM IST

Updated : Mar 22, 2024, 4:23 PM IST

BJD BJP Alliance

ଭୁବନେଶ୍ବର: ମେଣ୍ଟ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ମେଣ୍ଟ ହେବନି ବୋଲି ସ୍ପଷ୍ଟ କଲେ ରାଜ୍ୟ ବିଜେପି ସଭାପତି । X ହ୍ୟାଣ୍ଡଲରେ ପୋଷ୍ଟ କରି ସୂଚନା ଦେଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ସେପଟେ ମନମୋହନଙ୍କ ଟ୍ବିଟକୁ ରିପୋଷ୍ଟ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ସେ ଲେଖିଛନ୍ତି, "ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ । ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି, ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟ ସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଛୁ ।"

BJD BJP Alliance

"କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ । ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହ‌ମତ ହୋଇପାରୁନାହୁଁ " ବୋଲି କହିଛନ୍ତି ମନମୋହନ ।

ଏହା ମଧ୍ୟ ପଢନ୍ତୁ...ବିଜେଡି-ବିଜେପି ମେଣ୍ଟ ! ନିଷ୍ପତ୍ତି ହେଲେ ଘୋଷଣା କରାଯିବ: ମନମୋହନ ସାମଲ - BJD BJP Alliance

"ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ" ବୋଲି ଉଲ୍ଲେଖ କରିବା ସହ ମେଣ୍ଟ ହେବନି ବୋଲି ସ୍ପଷ୍ଟ କରିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ତେବେ ପୂର୍ବରୁ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ନିଜର ମତ ବଦଳାଇଥିବା ଦେଖିବାକୁ ମିଳିଛି । ଏହା ପୂର୍ବରୁ ସେ କେନ୍ଦ୍ରୀୟ ନେତୃତ୍ବ ମେଣ୍ଟ ନିଷ୍ପତ୍ତି ନେବେ ବୋଲି କହିଥିଲେ । ସେପଟେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କ ମେଣ୍ଟ ନିଷ୍ପତ୍ତି ନେବା କଥା କହିଥିଲେ । ଦିଲ୍ଲୀରୁ ଫେରିବା ପରେ ରାଜ୍ୟ ବିଜେପି ସଭାପତି ବିଜେଡି ସହ ମେଣ୍ଟ ହେବନି ବୋଲି ମନା କରିବା ପରେ ପ୍ରାକ୍ ନିର୍ବାଚନୀ ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Mar 22, 2024, 4:23 PM IST

ABOUT THE AUTHOR

...view details