କ୍ବାଲାଲାମପୁର:ପୁଣି ଇତିହାସ ରଚିଲା ଭାରତୀୟ ମହିଳା ଟିମ୍ । ସୁପର ସଣ୍ଡେରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଲେସିଆର ବାୟୁମାସ ଓଭାଲରେ ଆଇସିସି ମହିଳା ଅଣ୍ଡର-୧୯ ଟି ୨୦ ଓ୍ବାର୍ଲ୍ଡ କପ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି । ଏହି ମ୍ୟାଚରେ ଏକତରଫା ବିଜୟ ହାସଲ କରିବା ସହ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି ଭାରତୀୟ ମହିଳା ଟିମ୍ ।
ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଲା ଭାରତ:
ଭାରତ ଏହି ମୁକାବିଲାରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇଛି । ଟସ୍ ହାରି ପ୍ରଥମେ ବୋଲିଂ କରିଥିଲା ଭାରତ । ନିର୍ଦ୍ଧାରିତ ୨୦ ଓଭରରେ ଦକ୍ଷିଣ ଆଫ୍ରିକାକୁ ମାତ୍ର ୮୨ ରନରେ ସୀମିତ ରଖିପାରିଥିଲା ଭାରତୀୟ ମହିଳା ଟିମ୍ । ଏହାପରେ ଓପନର ତ୍ରିଶା ଗୋଙ୍ଗାଡି ଓ ସାନିକା ଚାଲକେ ଯଥାକ୍ରମେ ୩୩ ବଲ ଖେଳି ୪୪ ରନ୍ ଓ ୨୨ ବଲ ଖେଳି ୨୬ ରନ କରି ମାତ୍ର ୧୧.୨ ଓଭରରେ ୮୪ ରନ ସଂଗ୍ରହ କରି ଟିମକୁ ଜିତ ଦେଇଥିଲେ ।
ତ୍ରିଶା ଗୋଙ୍ଗାଡି ପ୍ଲେୟାର ଅଫ ଦ ଟୁର୍ଣ୍ଣାମେଣ୍ଟ:
ଭାରତର ଏହି ବିଜୟୀରେ ହିରୋ ସାଜିଛନ୍ତି ଅଲରାଉଣ୍ଡର ତ୍ରିଶା ଗୋଙ୍ଗାଡି । ସେ ଏହି ମ୍ୟାଚରେ ୩ଟି ଓ୍ବିକେଟ ହାସଲ କରିବା ସହ ୮୩ ରନକୁ ଲକ୍ଷ୍ୟ କରି ୪୪ରନ ସଂଗ୍ରହ କରି ଭାରତର ବିଜୟରେ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ତ୍ରିଶାଙ୍କ ପ୍ରଦର୍ଶନ ପାଇଁ ତାଙ୍କୁ ପ୍ଲେୟାର ଅଫ ମ୍ୟାଚ କରାଯାଇଛି । ଏଥିସହ ସେ ପ୍ଲେୟାର ଅଫ ଦ ଟୁର୍ଣ୍ଣାମେଣ୍ଟ ଟାଇଟଲ ମଧ୍ୟ ହାସଲ କରିଛନ୍ତି । ପୁରା ଟୁର୍ଣ୍ଣାମେଣ୍ଟରେ ଉଭୟ ବ୍ୟାଟିଂ ଓ ବୋଲିଂରେ ତାଙ୍କ ପ୍ରଦର୍ଶନ ବେଶ ଉଚ୍ଚକୋଟୀର ଥିଲା । ଏହି ଟୁର୍ଣ୍ଣାମେଣ୍ଟରେ ସେ ୩୦୯ ରନ ସଂଗ୍ରହ କରିଥିବା ବେଳେ ୭ଟି ଓ୍ବିକେଟ ହାସଲ କରିଛନ୍ତି ।
ଏହାମଧ୍ୟ ପଢନ୍ତୁ... |