ପୁରୀ: ଦୀର୍ଘ ଦିନ ଧରି ଲାଗି ରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିଛି । ଆସନ୍ତା ୧୮ରେ ହେବ ରତ୍ନଭଣ୍ଡାର ପ୍ରାରମ୍ଭିକ ଯାଞ୍ଚ । ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ASI ) ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦେଇଛି ASI ।
୧୮ରେ ହେବ ରତ୍ନଭଣ୍ଡାର ଯାଞ୍ଚ:
ଚଳିତ ମାସ ୧୮ ତାରିଖରେ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ASI) ପକ୍ଷରୁ ଆସନ୍ତା 18 ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ASI ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ (preliminary inspection and technical survey) ଅନୁଷ୍ଠିତ ହେବ । ASIର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ କରାଯିବ ବୋଲି ସୂଚନା ପ୍ରଦାନ କରାଯାଇଛି ।
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସମୀକ୍ଷା:
ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ କୋଠରୀକୁ ସ୍ଥାନାନ୍ତରଣ ଏବଂ ଖାଲି ଆଲମିରା ତଥା ସିନ୍ଦୁକ ଗୁଡିକ ସ୍ଥାନାନ୍ତରିତ ହୋଇସାରିଛି । ତାପରେ ASIକୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ।