ଭୁବନେଶ୍ୱର:ରାଜ୍ୟର ଆଜି ସକାଳୁ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା । ତେବେ ରାଜ୍ୟରେ ଆହୁରି ଦୁଇଦିନ ଘନ କୁହୁଡି ଓ ୭ ତାରିଖ ଯାଏଁ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ମୁଖ୍ୟତଃ ଘନ କୁହୁଡିର ସମ୍ଭାବନା ଥିବା ବେଳେ ପାଣିପାଗ ବିଭାଗ ପକ୍ଷରୁ ପ୍ରାୟ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ପାଣିପାଗ ବିଶେଷଜ୍ଞ ଉମା ଶଙ୍କର ଦାସଙ୍କ ସୂଚନାନୁସାରେ ଆସନ୍ତା ୪ ଓ ୫ ତାରିଖରେ ରାଜ୍ୟରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୬ ଓ ୭ ବେଳକୁ ହାଲୁକା ବର୍ଷାର ସମ୍ଭାବନା ଥିବା ବେଳେ ଘନ ଦୁଇଦିନ ଯାଇ ଘନ କୁହୁଡି ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଦୁଇ ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାରେ ମୁଖ୍ୟତ ଘନ କୁହୁଡିର ସମ୍ଭାବନା ଥିବା ବେଳେ ଏଥିପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ନୟାଗଡ, କୋରାପୁଟ, ରାୟଗଡା, କଳାହାଣ୍ଡି, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ । ସେହିପରି ଆସନ୍ତାକାଲି ୩ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।