ଭୁବନେଶ୍ବର: ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ । ଏହାକୁ ସୁରକ୍ଷିତ ରଖାଯାଇ ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ । ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ ପାଇଁ ଉଦ୍ୟମ । ଏହାର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।
ବକୁଳବନ ବିକାଶ:
ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ କାର୍ଯ୍ୟ ହାତକୁ ନେଇଛନ୍ତି ରାଜ୍ୟ ସରକାର । ଲୋକସେବା ଭବନରେ ଏନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା ମୁଖ୍ୟମନ୍ତ୍ରୀଙ୍କ ନିକଟରେ ହୋଇଛି । ଲୋକସେବା ଭବନରେ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଉପସ୍ଥାପନା ପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ ଦେଇଛନ୍ତି ।
ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରାଯିବ । ଏହା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ କୁମାର ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ମନୋଜ କୁମାର ସାହୁ, ପର୍ଯ୍ୟଟନ ବିଭାଗର ଶାସନ ସଚିବ ବଲୱନ୍ତ ସିଂହ ଏବଂ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ଏହା ମଧ୍ୟ ପଢ଼ନ୍ତୁ... |