ଓଡିଶା

odisha

ETV Bharat / state

ନାବାଳକକୁ ଚିକିତ୍ସା ଯୋଗାଇବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, CMRFରୁ ୩୦ ହଜାର ସହାୟତା - CM Helps Minor - CM HELPS MINOR

CM Helps Minor: ନାବାଳକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଚିକିତ୍ସା ପାଇଁ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅଧିକ ପଢନ୍ତୁ

CM Helps Minor
CM Helps Minor (ETV Bharat Odisha)

By ETV Bharat Odisha Team

Published : Jun 16, 2024, 5:36 PM IST

ଭୁବନେଶ୍ବର:ନାବାଳକଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।ଭଦ୍ରକ ଜିଲ୍ଲାର ନାବାଳକ ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ, ସାମାଜିକ ଗଣମାଧ୍ୟମରୁ ଖବର ପାଇବା ପରେ ଏଭଳି ପଦକ୍ଷେପ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୩୦ ହଜାର ଟଙ୍କାର ସହାୟତା ଯୋଗାଇ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇ ଦେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ । ବାବୁଲି ସ୍ନାୟୁଗତ ଜଟିଳ ରୋଗରେ ପୀଡ଼ିତ ଅଛନ୍ତି । ସେ ଗରିବ ପରିବାରର ହୋଇଥିବାରୁ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ । ଅର୍ଥାଭାବରୁ ଚିକିତ୍ସିତ ହୋଇ ପାରୁନଥିଲେ । ସହାୟତା ପାଇଁ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା । ଏ ବିଷୟରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟ ଗଣମାଧ୍ୟମରୁ ଅବଗତ ହୋଇଥିଲେ । ଏହାପରେ ବାବୁଲିଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତାଙ୍କ ପରିବାରକୁ ୩୦ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।

ଏହା ବି ପଢନ୍ତୁ...ରାୟଗଡ଼ା ସନ୍ଦେହଜନକ ମୃତ୍ୟୁ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ସେପଟେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଚିକିତ୍ସା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଏକ ଡାକ୍ତରୀ ଦଳ ବାବୁଲିଙ୍କ ଗ୍ରାମରେ ପହଞ୍ଚିଛନ୍ତି । ବାବୁଲିଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଛନ୍ତି । ସ୍ୱାସ୍ଥ୍ୟ ପରୀକ୍ଷା ପରେ ପରବର୍ତ୍ତୀ ଚିକିତ୍ସା ପାଇଁ ତାଙ୍କ କଟକ ଏସସିବି ମେଡିକାଲକୁ ନେବା ପାଇଁ ବ୍ୟବସ୍ଥା କରାଯାଇଛି । ଜିଲ୍ଲା ପ୍ରଶାସନ ବାବୁଲିଙ୍କ ପରିବାରକୁ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବାକୁ ଯୋଗାଯୋଗରେ ଅଛନ୍ତି ।

ପ୍ରକାଶ ଥାଉ, ଦାୟିତ୍ବ ନେବାପରେ ଆକ୍ଟିଭ ମୋଡରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟର ବିଭିନ୍ନ ସ୍ଥାନରେ ଲୋକଙ୍କ ବିଭିନ୍ନ ସମସ୍ୟା ବିଷୟରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ମୋହନ ସରକାର । ଏହି କ୍ରମରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଡଙ୍ଗାସିଲ ପଞ୍ଚାୟତ ଅନ୍ତର୍ଗତ ମାନୁସପଦର ଗାଁରେ ଅଜଣା ରୋଗ ବ୍ୟାପିଛି । 4 ଜଣଙ୍କର ସନ୍ଦେହଜନକ ମୃତ୍ୟୁ ପରେ 5ମ ରୋଗୀଙ୍କର ଡାଇରିଆଜନିତ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି । ଏନେଇ ଅବଗତ ହେବାପରେ ଶନିବାର (15 ଜୁନ) ଦିନ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details