ଓଡିଶା

odisha

ETV Bharat / state

ରାଜ୍ୟର ୧୩ ଜିଲ୍ଲାର ୨୦ ନବନିର୍ମିତ ବସଷ୍ଟାଣ୍ଡ ଲୋକାର୍ପିତ, ଯୋଗାଯୋଗ ବିକାଶର ଆଧାର କହିଲେ ମୁଖ୍ୟମନ୍ତ୍ରୀ - ନୂଆ ବସଷ୍ଟାଣ୍ଡ ଲୋକାର୍ପିତ

New Bus Stand: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯୋଗାଯୋଗ ହେଉଛି ବିକାଶର ଆଧାର । ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି । ଗାଁଠୁ ସହର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ । ଅଧିକ ପଢନ୍ତୁ

CM Naveen Patnaik
CM Naveen Patnaik

By ETV Bharat Odisha Team

Published : Feb 15, 2024, 4:28 PM IST

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ‘ଆମ ବସଷ୍ଟାଣ୍ଡ’ ଯୋଜନାରେ ୧୩ଟି ଜିଲ୍ଲାରେ ୨୦ଟି ନବନିର୍ମିତ ବସଷ୍ଟାଣ୍ଡ ଉଦଘାଟନ କରିଛନ୍ତି । ଅନୁଗୋଳ, ବାଲେଶ୍ବର, ବୌଦ୍ଧ, ଢେଙ୍କାନାଳ, ଗଜପତି, କେନ୍ଦ୍ରାପଡା, ସମ୍ବଲପୁର, କେନ୍ଦୁଝର, ନୟାଗଡ, କୋରାପୁଟ, ନୂଆପଡା, ରାୟଗଡା ଓ ସୁବର୍ଣ୍ଣପୁର ବସଷ୍ଟାଣ୍ଡ ଲୋକାର୍ପଣ ହୋଇଛି । ଯୋଗାଯୋଗ ବିକାଶର ଆଧାର ହୋଇଥିବାବେଳେ ଆମ ଅର୍ଥନୀତିର ମୁଖ୍ୟ ଶକ୍ତି । ଗାଁଠୁ ସହର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଅଧିକ ପଢନ୍ତୁ- ଡକ୍ଟର ବାବା ସାହେବ ଭୀମରାଓ ଆମ୍ବେଦକରଙ୍କ ନାଁରେ ନାମିତ ହେବ ISBT ବସଷ୍ଟାଣ୍ଡ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଯୋଗାଯୋଗ ହେଉଛି ବିକାଶର ଆଧାର । ଏହା ହେଉଛି ଆମ ଅର୍ଥନୀତିର ମୁଖ୍ୟ ଶକ୍ତି । ଗାଁଠୁ ସହର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବା ଆମର ଲକ୍ଷ୍ୟ ରହିଛି । 5T ଉପକ୍ରମରେ ଆମର ଯୋଗାଯୋଗ ଭିତ୍ତିଭୂମି ଓ ସାଧାରଣ ପରିବହନର ବ୍ୟବସ୍ଥାର ବିକାଶ କରାଯାଉଛି । ଗାଁକୁ ଲକ୍ଷ୍ମୀ ଯୋଜନାରେ ବ୍ଲକ ସହ ଯୋଡା ଯାଉଛି । ଭୁବନେଶ୍ବରରେ ମେଟ୍ରୋ ରେଳ ଯୋଜନା ଆରମ୍ଭ ହୋଇଛି । ଯୋଗାଯୋଗରେ ଉନ୍ନତି ହେଲେ ଲୋକଙ୍କ ରୋଜଗାର ବଢିବା ସହ ଚାଷୀ ଲାଭବାନ ହେବେ । ପିଲାଙ୍କ ପାଠପଢାରେ ସୁବିଧା ହେବ ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ନୂଆ ବସଷ୍ଟାଣ୍ଡଗୁଡିକ ବ୍ୟବସାୟ କେନ୍ଦ୍ର ଭାବେ ଧିରେ ଧିରେ ବିକଶିତ ହେବ । ଏହା ଦ୍ବାରା ଅର୍ଥନୈତିକ କାର୍ଯ୍ୟକଳାପ ମଧ୍ୟ ବୃଦ୍ଧି ପାଇବ । ସାଧାରଣ ପରିବହନ ଭିତ୍ତିଭୂମିକୁ ମଜବୁତ କରିବା ସହିତ ସାଧାରଣ ପରିବହନ ବ୍ୟବସ୍ଥାକୁ ସାଧାରଣ ଲୋକ ବହୁଳ ଭାବେ ବ୍ୟବହାର କରିବେ ସେଥିପାଇଁ ସମସ୍ତଙ୍କୁ ସଚେତନ କରିବା ଆବଶ୍ୟକ । ନୂଆ ବସଷ୍ଟାଣ୍ଡରେ ଲୋକମାନଙ୍କର ସୁରକ୍ଷା ସହିତ ସେଠାରେ ଉପଲବ୍ଧ ସାଧାରଣ ସୁବିଧା ସୁଯୋଗର ଉପଯୁକ୍ତ ରକ୍ଷଣାବେକ୍ଷଣ ପ୍ରତି ଧ୍ୟାନ ଦେବା ଆବଶ୍ୟକ ।

ପରିବହନ ମନ୍ତ୍ରୀ ଟୁକୁନି ସାହୁ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଏବଂ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ କହିଛନ୍ତି ଯେ, ନୂଆ ବସଷ୍ଟାଣ୍ଡ ମାଧ୍ୟମରେ ଜନସାଧାରଣଙ୍କ ଗମନାଗମନକୁ ସୁବ୍ୟବସ୍ଥିତ କରାଯାଇଛି । ଏହି ବସଷ୍ଟାଣ୍ଡଗୁଡିକ ରାଜ୍ୟର ପରିବହନ ସେବା କ୍ଷେତ୍ରରେ ମାଇଲଖୁଣ୍ଟ । 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସଂଯୋଜନା କରିଛନ୍ତି । ସେ କହିଛନ୍ତି ଯେ, ଗୋଟିଏ ସହରର ପରିଚୟ ସୃଷ୍ଟି ପାଇଁ ବସଷ୍ଟାଣ୍ଡର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଥାଏ । ଏହି ବସଷ୍ଟାଣ୍ଡ ଗୁଡିକ ଆପଣମାନଙ୍କର ସମ୍ପତ୍ତି । ଏହାର ଉପଯୁକ୍ତ ରକ୍ଷଣାବେକ୍ଷଣ କରିବେ ବୋଲି ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି ।

କାର୍ଯ୍ୟକ୍ରମରେ ଭୋଗରାଇ ବିଧାୟକ ଅନନ୍ତ ଦାସ, ସିମିଳିଗୁଡା ବିଧାୟକ ରଘୁରାମ ପଡାଲ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଯୋଗ ଦେଇଛନ୍ତି । କହିଛନ୍ତି ଯେ, ନୂଆ ବସଷ୍ଟାଣ୍ଡ ଦ୍ବାରା ସାଧାରଣ ଲୋକଙ୍କର ଗମନାଗମନ ବ୍ୟବସ୍ଥାରେ ଯେଉଁ ଅସୁବିଧା ଥିଲା ତାହା ଦୂର ହୋଇଛି । ଜନସାଧାରଣଙ୍କ ପାଇଁ ଏଭଳି ସୁବିଧା ସୁଯୋଗ ଆଣିଦେଇଥିବା ହେତୁ ମୁଖ୍ୟମନ୍ତ୍ରୀ ଓ 5T ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷଙ୍କୁ କୃତଜ୍ଞତା ଓ ଧନ୍ୟବାଦ ଜଣାଇଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢୀ ସ୍ବାଗତ ଭାଷଣ ଦେଇଛନ୍ତି । OSRTCର CMD ଦିପ୍ତେଶ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details