ଭୁବନେଶ୍ବର:ବଙ୍ଗୋପସାଗରେ ସୃଷ୍ଟି ଗଭୀର ଅବପାତ ବର୍ତ୍ତମାନ ପଶ୍ଚିମବଙ୍ଗ ଗାଙ୍ଗେଟିକ୍ ଅଞ୍ଚଳ ଉପରେ ରହିଛି ।ଏହା ପଶ୍ଚିମ ଦିଗକୁ ଗତି କରିବା ସହ ଆଜି ସନ୍ଧ୍ୟା ପର୍ଯ୍ୟନ୍ତ ଏହାର ତୀବ୍ରତା ଅଧିକ ରହିବ । ଏହା ପରେ ଗଭୀର ଅବପାତଟି ପଶ୍ଚିମ ଦିଗରେ ଗତିକରି ଦୁର୍ବଳ ହେବା ସହ ୪୮ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବା ସହ ଝାରଖଣ୍ଡ ଓ ଦକ୍ଷିଣ ଛତିଶଗଡ ଆଡକୁ ଗତି କରିବ ବା ଉପକୂଳ ଅତିକ୍ରମ କରିବ । ପ୍ରଭାବରେ ଉତ୍ତର ଓଡ଼ିଶାରେ ଆଗାମୀ ୪୮ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
୧୧ ଜିଲ୍ଲାକୁ ୟଲୋ ୱାର୍ଣ୍ଣଂ:
୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମୟୂରଭଞ୍ଜରେ ଭୀଷଣ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ରେଡ୍ ଆଲର୍ଟ ଜାରି କରିଛି । ସେହିପରି କେନ୍ଦୁଝର, ବାଲେଶ୍ୱର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଜାରି ହୋଇଛି ଅରେଞ୍ଜ ଆଲର୍ଟ ସହ ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ପାଣିପାଗ ବିଭାଗ । ସେଗୁଡ଼ିକ ହେଲା କଟକ, ଜଗତସିଂହପୁର, ନୟାଗଡ଼, ଯାଜପୁର,ଭଦ୍ରକ, କେନ୍ଦ୍ରାପଡ଼ା, ଅନୁଗୁଳ, ବୌଦ୍ଧ, ଦେବଗଡ଼, ସମ୍ବଲପୁର ଓ ସୁନ୍ଦରଗଡ଼ ।
ଆସନ୍ତାକାଲି ପାଇଁ ଅରେଞ୍ଜ ଆଲର୍ଟ:
ଆସନ୍ତାକାଲି ପାଇଁ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ଦେଓଗଡ଼, କେନ୍ଦୁଝର, ସମ୍ବଲପୁର ,ସୋନପୁର, ବରଗଡ଼, ବୌଦ୍ଧ ଓ ଅନୁଗୋଳରେ ପ୍ରବଳ ବର୍ଷାର ଆଶଙ୍କା ନେଇ ଜାରି ହୋଇଛି ୟେଲୋ ଆଲର୍ଟ । ୧୬ ତାରିଖରୁ କମିବ ବର୍ଷା ।