ଭୁବନେଶ୍ୱର:ମହାକୁମ୍ଭ ମେଳା ୨୦୨୫କୁ ନେଇ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁ ଥିବା ମହାକୁମ୍ଭ ମେଳା ୨୦୨୫ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ସ୍ୱତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି । ଏହି ସ୍ୱତନ୍ତ୍ର ଟ୍ରେନଗୁଡିକ ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ ।
ପ୍ରୟାଗରାଜକୁ ଓଡିଶାରୁ ଗଡିବ ସ୍ୱତନ୍ତ୍ର ଟ୍ରେନ୍:
1. ଭୁବନେଶ୍ୱର -ତୁଣ୍ଡଲା- ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ
ଏହି ଟ୍ରେନ ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦୁଝର ଜିଲ୍ଲା ଦେଇ ଗତି କରିବ । ୨୦୨୫ ଜାନୁଆରୀ ୧, ୮, ୨୨ ତାରିଖ ଓ ଫେବ୍ରୁଆରୀ ୫, ୧୯, ୨୬ ତାରିଖ ଦିନ କେବଳ ବୁଧବାର ଦିନମାନଙ୍କରେ ଏହି ଟ୍ରେନ ଯାତ୍ରା କରିବ । ଭୁବନେଶ୍ୱରଠାରୁ ଅପରାହ୍ନ ୧୨ଟା ୩୦ମି.ରେ ଛାଡି କେନ୍ଦୁଝରଗଡ- ବୋକାରୋ- ଗୟା- ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।
2. ପୁରୀ -ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍
ଏହି ଟ୍ରେନଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର, କଟକ, ଯାଜପୁର, କେନ୍ଦୁଝର,ଭଦ୍ରକ, ବାଲେଶ୍ୱର ଜିଲ୍ଲା ଦେଇ ଗତି କରିବ । ୨୦୨୫ ଜାନୁଆରୀ ୬ ଓ ୨୦ ତାରିଖ ଓ ଫେବ୍ରୁଆରୀ ୧୭ ତାରିଖ ଦିନ କେବଳ ସୋମବାରରେ ପୁରୀଠାରୁ ଅପରାହ୍ନ ୧୨.୩୦ ମି.ରେ ଛାଡି ଭୁବନେଶ୍ୱର- ଭଦ୍ରକ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।
3. ଟିଟିଲାଗଡ- ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍
ଏହି ଟ୍ରେନ ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା (ସୁନ୍ଦରଗଡ଼ ଜିଲ୍ଲା ) ଜିଲ୍ଲା ଦେଇ ଡ଼ିଡ଼ିୟୁ-ପ୍ରୟାଗରାଜ ଗତି କରିବ । ଏହି ଟ୍ରେନ୍ ୨୦୨୫ ଜାନୁଆରୀ ୯, ୧୬, ୨୩ ତାରିଖ ଓ ଫେବ୍ରୁଆରୀ ୬, ୨୦, ୨୭ ତାରିଖ ଦିନ ଗୁରୁବାର ଦିନମାନଙ୍କରେ ଟିଟିଲାଗଡ଼ ଠାରୁ ଅପରାହ୍ନ ୧୨.୩୦ ମି.ରେ ଛାଡି ବଲାଙ୍ଗୀର, ବରଗଡ଼ ରୋଡ, ସମ୍ବଲପୁର ,ଝାରସୁଗୁଡା, ରାଉରକେଲା, ଡ଼ିଡ଼ିୟୁ-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ । ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ ।
4. ବିଶାଖାପାଟନମ୍- ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍
ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ଦେଇ ଏହି ଟ୍ରେନ ଯାତ୍ରା କରିବ । ଏହି ଟ୍ରେନ୍ ୨୦୨୫ ଜାନୁଆରୀ ମାସ ୯, ୧୬, ୨୩ ତାରିଖ ଓ ଫେବୃଆରୀ ମାସ ୬, ୨୦, ୨୭ ତାରିଖ ଦିନ ଗୁରୁବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ଅପରାହ୍ନ ୦୫ଘ.୩୫ ମି.ରେ ଛାଡି ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ । ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ।
5. ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍
ଏହି ବ୍ରହ୍ମପୁର/ଗଞ୍ଜାମ ଜିଲ୍ଲା, ଖୋର୍ଦ୍ଧା ରୋଡ଼, ଭୁବନେଶ୍ୱର,ନରାଜ ମାର୍ଥାପୁର (କଟକ ଅଞ୍ଚଳ), ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ସିଟି, ଝାରସୁଗୁଡା ଦେଇ ଯାତ୍ରା କରିବ ।ଏହି ଟ୍ରେନ୍ ୨୦୨୫ ଜାନୁୟାରୀ ମାସ ୫ ଓ ୧୯ ତାରିଖ ଏବଂ ଫେବୃୟାରୀ ମାସ ୧୬ ତାରିଖ ଦିନ ରବିବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ରାତ୍ରି ୧୦ଘ.୨୦ମି.ରେ ଛାଡି ଭୁବନେଶ୍ୱର- ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ । ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ।
6. ତିରୁପତି - ବନାରସ -ତିରୁପତି ସ୍ୱତନ୍ତ୍ର ଟ୍ରେନ୍