ଭୁବନେଶ୍ବର:ପ୍ରବଳ ତାତିରେ ଜଳୁଛି ସାରା ଓଡ଼ିଶା । ଖରାରେ ଅସ୍ତବ୍ୟସ୍ତ ହୋଇପଡ଼ିଛି ଜନଜୀବନ । ପ୍ରବଳ ଖରାକୁ ନଜରରେ ରଖି 3 ଦିନ ଯାଏଁ ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି । ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି । ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାକୁ ସତର୍କତା ମଧ୍ୟ ଜାରି କରାଯାଇଛି ।
ଏହା ବି ପଢନ୍ତୁ- ଆସନ୍ତା ୪ ଦିନ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ, ୬ତାରିଖରୁ କାଳବୈଶାଖୀ !
କେନ୍ଦୁଝର, ମାଲକାନଗିରି, ଅନୁଗୋଳ, ବୌଦ୍ଧ, ନୟାଗଡ଼, ବଲାଙ୍ଗୀର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଉଷ୍ମ ରାତିର ସ୍ଥିତିକୁ ନେଇ ବଲାଙ୍ଗୀର, ବୌଦ୍ଧ, ଭଦ୍ରକ, କନ୍ଧମାଳ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଳୁ ଗ୍ରୀଷ୍ମ ପ୍ରବାହକୁ ନେଇ ବଲାଙ୍ଗୀର, କେନ୍ଦୁଝର, ବୌଦ୍ଧ, ମାଲକାନଗିରି, ନୟାଗଡ ଓ ଅନୁଗୋଳ ଏବଂ ଉଷ୍ମ ରାତ୍ରିର ସ୍ଥିତିକୁ ନେଇ ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ଭଦ୍ରକ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଗ୍ରୀଷ୍ମ ପ୍ରବାହର ତାତିକୁ ନେଇ ଛୋଟ ପିଲା, ବୟସ୍କ, ରୋଗାକ୍ରାନ୍ତ ଓ ଗର୍ଭବତୀ ମହିଳାଙ୍କୁ ଖରାକୁ ବାରଣ କରାଯାଇଛି ।