ଓଡିଶା

odisha

ETV Bharat / state

ପୁରୀ-ସାଗର ଦ୍ୱୀପ ମଧ୍ୟରେ ବାତ୍ୟା 'ଦାନା' ଲ୍ୟାଣ୍ଡଫଲ ! ୨୪ ରାତି-୨୫ ପାହାନ୍ତାରେ ଛୁଇଁବ ସ୍ଥଳଭାଗ

ଆସିଲା ବାତ୍ୟା 'ଦାନା'ର ନୂଆ ଗତିପଥ । ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବା ସମ୍ଭାବନା । ୭ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ।

Cyclone Dana Latest Update
Cyclone Dana Latest Update (IMD)

By ETV Bharat Odisha Team

Published : 10 hours ago

Updated : 9 hours ago

ଭୁବନେଶ୍ବର: ଆସିଲା ବାତ୍ୟାର ନୂଆ ଗତିପଥ । ଅତି ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶାକୁ ହିଟ୍‌ କରିବ ସମ୍ଭାବ୍ୟ ବାତ୍ୟା । ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍‌ କରିପାରେ ବା ସ୍ଥଳଭାଗ ଛୁଇଁପାରେ ବୋଲି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍‌ କରିବ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଅତିବେଶୀରେ ଘଣ୍ଟାପ୍ରତି ୧୦୦ରୁ ୧୨୦ କି.ମି ରହିବାର ସମ୍ଭାବନା ରହିଛି ।



୧୦୦ରୁ ୧୨୦ କି.ମି ବେଗରେ ବହିବ ପବନ, ଏହି ଜିଲ୍ଲକୁ ରେଡ୍‌ ଆଲର୍ଟ:

ବାତ୍ୟା ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ବୃଦ୍ଧି ପାଇବ । ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୨୦ କି.ମି ବହିବାକୁ ନେଇ ୬ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଉଛି ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର । ସେହିପରି ପବନର ବେଗ ଘଣ୍ଟା ପ୍ରତି ୬୦ରୁ ୧୦୦ କି.ମିକୁ ନେଇ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅନ୍ୟପକ୍ଷେ ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ବୌଦ୍ଧ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାରେ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୭୦ କିମି ରହିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ ।

Cyclone Dana Latest Update (V)

ବର୍ଷା ସହ ବିଜୁଳି ଘଡ଼ଘଡ଼ି:

ଅନ୍ୟପଟେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସଦୃଶ ଲଘୁଚାପରେ ପରିଣତ ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଯାହା ଆହୁରି ଘନିଭୂତ ହୋଇ ଆସନ୍ତାକାଲି ସକାଳ ସୁଦ୍ଧା ଅବପାତରେ ପରିଣତ ହେବା ସହ ୨୩ ତାରିଖ ବେଳକୁ ବାତ୍ୟାର ରୂପ ନେବ । ଏହା ପ୍ରଭାବେ ୨୩ ତାରିଖ ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୨୩ରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

Cyclone Dana Latest Update (ETV Bharat Odisha)

ଓଡ଼ିଶାରେ ଲ୍ୟାଣ୍ଡଫଲ୍କ ରିବ ବାତ୍ୟା ଦାନା !

  • ଓଡ଼ିଶା ଉପକୂଳକୁ ଆସିବ ସମ୍ଭାବ୍ୟ ବାତ୍ୟା ଦାନା
  • ନୂଆ ଟ୍ରାକ୍ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ
  • 24 ତାରିଖରେ ଭୀଷଣ ବାତ୍ୟା ଭାବରେ ଉପକୂଳ ଅତିକ୍ରମ କରିବ
  • 24 ତାରିଖ ରାତି ଓ 25 ସକାଳେ କରିବ ଲ୍ୟାଣ୍ଡଫଲ
  • ପବନର ବେଗ 100ରୁ 120କିମି ରହିବା ସମ୍ଭାବନା
Cyclone Dana Latest Update (IMD)

୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ:

ସେହିପରି ବାତ୍ୟା ପ୍ରଭାବରେ ୨୪ ତାରିଖରେ ରାଜ୍ୟରେ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ରହିଛି ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଜିଲ୍ଲା ଗୁଡ଼ିକ ହେଉଛି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର । ଏହାସହ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଅନୁଗୋଳ, ଢେଙ୍କାନାଳ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ପ୍ରବଳ ବର୍ଷା ପାଇଁ ଗଜପତି, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

Cyclone Dana Latest Update (IMD)

ଏହା ମଧ୍ୟ ପଢ଼ନ୍ତୁ...ଓଡ଼ିଶାକୁ ବାତ୍ୟା ‘ଦାନା’ ଭୟ: ଲଘୁଚାପ ପରେ ୪ ଜିଲ୍ଲାକୁ ରେଡ ଆଲର୍ଟ, ମିଶନ ଜିରୋ କାଜୁଆଲିଟି

ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟ ସରକାର ଖୋଲିଲେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌, ବାତ୍ୟା 'ଦାନା'ର ଟିକିନିକ ଅପଡେଟ ଦେବ ଏସଆରସି

ଏହା ମଧ୍ୟ ପଢ଼ନ୍ତୁ...ସ୍କୁଲ ଛୁଟି ନିଷ୍ପତ୍ତି ନେବେ ଜିଲ୍ଲାପାଳ, ଅଫିସ ଆସିବେ ଅଫିସର, କୃଷି ଓ ରାଜସ୍ବ ମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା

୨୫ରେ ଏସବୁ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ:

୨୫ ତାରିଖରେ ଭୀଷଣ ପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳରୁ ଅଥି ପ୍ରବଳ ବର୍ଷା ପାଇଁ ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।


ଇଟିଭି ଭାରତ, ଭୁବନେଶ୍ବର

Last Updated : 9 hours ago

ABOUT THE AUTHOR

...view details