ଓଡିଶା

odisha

ETV Bharat / state

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ; କାଲି ଲଘୁଚାପ ସୃଷ୍ଟି ସମ୍ଭାବନା - Odisha Weather

Odisha Weather Update: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି । ଆସନ୍ତାକାଲି ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା । ଅଧିକ ପଢ଼ନ୍ତୁ

By ETV Bharat Odisha Team

Published : May 21, 2024, 6:55 PM IST

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି
ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି (ETV Bharat Odisha)

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି (ETV Bharat Odisha)

ଭୁବନେଶ୍ବର: ଆଜି (ମଙ୍ଗଳବାର) ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତାକାଲି 22 ତାରିଖ ସୁଦ୍ଧା ଅର୍ଥାତ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଲଘୁଚାପଟି ଉତ୍ତର-ପୂର୍ବ ଦିଗକୁ ଗତି କରିବା ସହିତ ୨୪ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ରୂପ ନେବ । ପରେ ଘନୀଭୂତ ହୋଇ ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ (ETV Bharat Odisha)

ବଙ୍ଗୋପସାଗରରୁ ଆସୁଛି ଲଘୁଚାପ । ପ୍ରଭାବରେ ୨୧ ତାରିଖ ଅର୍ଥାତ ଆଜିଠାରୁ ସମୁଦ୍ର ଅଶାନ୍ତ ହେବା ଆରମ୍ଭ ହୋଇଛି । ଆସନ୍ତାକାଲି ଲଘୁଚାପ ସୃଷ୍ଟି ହେବ । ୨୩ ତାରିଖରୁ ଦକ୍ଷିଣ ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରିଛି ପାଣିପାଗ ବିଭାଗ । ସେହିପରି 24 ତାରିଖରେ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ମୁଖ୍ୟତଃ ଅଶାନ୍ତ ରହିବ । ଏଥିପାଇଁ ମସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଅନ୍ୟପଟେ ବାତ୍ୟା ନେଇ ପାଣିପାଗ ବିଭାଗ ପକ୍ଷରୁ କୌଣସି ଆକଳନ କରାଯାଇନାହିଁ । ବାତ୍ୟା ନୁହେଁ ଲଘୁଚାପ କେବଳ ଅବପାତର ରୂପ ନେବା ନେଇ ସ୍ପଷ୍ଟ କରିଛି ପାଣିପାଗ ବିଭାଗ ।

ସେପଟେ ରାଜ୍ୟରେ ବର୍ତ୍ତମାନ କାଳବୈଶାଖୀ ବର୍ଷା ଜାରି ରହିଥିବା ବେଳେ ଆଗାମୀ 5 ଦିନରେ ରାଜ୍ୟର କିଛି ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠାରୁ ବିଜୁଳି ଘଡଘଡି ସହ ବର୍ଷା ଓ ପବନ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ । ପରେ ୨୫ ତାରିଖ ବେଳକୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଶେଷକରି ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ (ETV Bharat Odisha)

ଏହା ମଧ୍ୟ ପଢ଼ନ୍ତୁ...ମତ୍ସ୍ୟଜୀବୀଙ୍କୁ ବର୍ଷା ଆଲର୍ଟ, ସମୁଦ୍ର କୂଳକୁ ୨୩ ତାରିଖ ସୁଦ୍ଧା ଫେରିଆସିବାକୁ ପରାମର୍ଶ - Odisha Weather Update

ସେପଟେ ରାଜ୍ୟର କିଛି ସ୍ଥାନରେ ଖରା ସହ ଗୁଳିଗୁଳି ଜାରି ରହିଥିବା ବେଳେ ୭ରୁ ୮ଟି ସହରରେ ୪୦ ଡିଗ୍ରୀରୁ ଅଧିକା ତାପମାତ୍ରା ରହିଥିଲା । ଅବଶିଷ୍ଟ ସହରରେ ୪୦ ଡିଗ୍ରୀରୁ କମ୍ ତାପମାତ୍ରା ରେକର୍ଡ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ଗ୍ରୀଷ୍ମ ସ୍ଥିତି ନଥିବା ବେଳେ କେବଳ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିପାରେ ବୋଲି ପାଣିପାଗ ପୂର୍ବାନୁମାନ କରିଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details