ଓଡିଶା

odisha

ETV Bharat / state

ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - Rain In Odisha - RAIN IN ODISHA

IMD Odisha Weather: ପୁଣି ବଢ଼ିବ ବର୍ଷା । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ । ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି । ଅଧିକ ପଢନ୍ତୁ

IMD Odisha Weather
IMD Odisha Weather (ETV Bharat Odisha)

By ETV Bharat Odisha Team

Published : Aug 12, 2024, 5:48 PM IST

ଭୁବନେଶ୍ବର: ରାଜ୍ୟ ଉପରେ ଘୂର୍ଣ୍ଣିବଳୟ ସାଙ୍ଗକୁ ସକ୍ରିୟ ରହିଛି ମୌସୁମୀ ବାୟୁ । ପ୍ରଭାବରେ ଆସନ୍ତାକାଲି ଠାରୁ ବଢିବ ବର୍ଷା । ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜି ଏକ ଘୂର୍ଣ୍ଣିବଳୟ ଝାଡ଼ଖଣ୍ଡ ଉପରେ ଅଛି । ଏହା 5.8 କିମି ପର୍ଯ୍ୟନ୍ତ ବ୍ୟାପିଛି । ମୌସୁମୀ ଟ୍ରପ ଲାଇନ ସକ୍ରିୟ ରହିଛି । ମୌସୁମୀ ଟ୍ରପ ଲାଇନ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ ।

IMD Odisha Weather (ETV Bharat Odisha)

ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ:

ଆଜି ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାକୁ ଥିବା ବେଳେ ପ୍ରବଳ ବର୍ଷା ପାଇଁ କୌଣସି ସତର୍କ ସୂଚନା ଜାରି କରାଯାଇ ନାହିଁ । ମୁଖ୍ୟତଃ ଉତ୍ତର ଓଡ଼ିଶାର ବିଭନ୍ନ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ କରିଛି ପାଣିପାଗ ବିଭାଗ । ସେହିପରି 13ରୁ 17 ତାରିଖ ପର୍ଯ୍ୟନ୍ତ ଏନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କାଁ ଭାଁ ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

Odisha Weather Rain (IMD)

ଆଗାମୀ ଦିନ ପାଇଁ ୱାର୍ଣ୍ଣିଂ:

ତେବେ 13 ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ହେବାକୁ ଥିବା ବେଳେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି 14 ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁର ୱାର୍ଣ୍ଣିଂ ଜାରି ହୋଇଛି । ଅନ୍ୟପଟେ 15 ତାରିଖରେ ମଧ୍ୟ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷାକୁ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । 16 ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ସମ୍ବଲପୁର, ଦେବଗଡ଼, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ଗଜପତି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରାଯାଇଛି । 17 ତାରିଖରେ ମୁଖ୍ୟତଃ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ସେପଟେ 18 ତାରିଖରେ ବର୍ଷାର ପରିମାଣ ସାମାନ୍ୟ ହ୍ରାସ ହେବ ।

Odisha Weather Rain (IMD)

ଏବେ ବି ନିଅଣ୍ଟିଆ ସ୍ଥିତି:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୩୪. ୯ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୬୯୮.୪ ମିମି ବର୍ଷା ସ୍ୱାଭାବିକ ରହିବା କଥା । ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ବାକି ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେହିପରି ଗତ ୨୪ ଘଣ୍ଟାରେ କିଛି କିଛି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କେନ୍ଦ୍ରାପଡାର ଡେରାବିଶରେ ସର୍ବାଧିକ ୬୫.୦୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା, ଏସବୁ ଜିଲ୍ଲାକୁ ସତର୍କ କଲା ପାଣିପାଗ ବିଭାଗ - Rain In Odisha

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details