ଓଡିଶା

odisha

ETV Bharat / state

ଆହୁରୀ ୫ ଦିନ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା - Odisha Weather - ODISHA WEATHER

Odisha Weather Update: ରାଜ୍ୟରେ ବର୍ଷାର ପରିମାଣ କମିଥିଲେ ମଧ୍ୟ ଆଗାମୀ କିଛିଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । କିଛି କିଛି ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣିଂ ଜାରି କରାଯାଇଛି । ଅଧିକ ପଢ଼ନ୍ତୁ

IMD Odisha Weather Forecast
IMD Odisha Weather Forecast (ETV Bharat Odisha)

By ETV Bharat Odisha Team

Published : Jul 1, 2024, 8:05 PM IST

ଭୁବନେଶ୍ବର:ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ଜାରି ରହିଥିବା ବେଳେ ସକ୍ରିୟ ରହିଛି ଦକ୍ଷିଣ ପଶ୍ଚମ ମୌସୁମୀ ବାୟୁ । ସେପଟେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହୋଇଛି । ଆଜିଠୁ ରାଜ୍ୟରେ କମିଛି ବର୍ଷାର ପରିମାଣ । କିନ୍ତୁ ଆଗାମୀ 5ରୁ 7 ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ନେଇ ପୂର୍ବାନୂମାନ କରିଛି ପାଣିପାଗ ବିଭାଗ ।

IMD Odisha Weather Forecast (ETV Bharat Odisha)

ସେପଟେ ଆସନ୍ତା ୨୪ ଘଣ୍ଟା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ଦେଓଗଡ଼, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିସହ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେଓଗଡ଼, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର ଓ ଜଗତସିଂହପୁର କିଛି କିଛି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଟ୍ବିନସିଟି କଟକ ଓ ଭୁବନେଶ୍ବରରେ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ସେପଟେ ନିଅଣ୍ଟିଆ ବର୍ଷା ଚିନ୍ତା ବଢ଼ାଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ 24 ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ଗତ ମାସରେ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜରେ ସର୍ବାଧିକ 64 ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ରାଜ୍ୟରେ ଏପର୍ଯ୍ୟନ୍ତ ୧୬୪.୦ ମିଲିମିଟର ବର୍ଷା ହୋଇଛି । ୧୩ଟି ଜିଲ୍ଲାରେ ଗତ ମାସରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ କେବଳ ମାଲକାନଗିରିରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ନିଅଣ୍ଟିଆ ବର୍ଷାର ଭରଣା କରିବା ନେଇ ଆଶା ରଖାଯାଇଥିଲେ ବି ସେତେଟା ପ୍ରଭାବୀ ହୋଇପାରିନାହିଁ ।

ଏହା ମଧ୍ୟ ପଢ଼ନ୍ତୁ...ଦିଲ୍ଲୀରେ ପ୍ରବଳ ବର୍ଷା ପରେ ବନ୍ୟା ସ୍ଥିତି; ଗଲାଣି 13ଜଣଙ୍କ ଜୀବନ


ଅନ୍ୟପଟେ ଗତ ୨୪ ଘଣ୍ଟାରେ ଅନେକ ସ୍ଥାନରେ ବର୍ଷା ହେବା କୋରାପୁଟର କୋଟପାଡ଼ରେ ସର୍ବାଧିକ ୧୫୩.୦ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସେହିପରି ସର୍ବାଧିକ ତାପମାତ୍ରା ନୂଆପଡାରେ ୩୪ .୦୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details