ଭୁବନେଶ୍ବର:କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି । ବର୍ତ୍ତମାନ ଏହାର ସ୍ଥିତି ଉତ୍ତର-ପଶ୍ଚିମ ସଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ । ଏହା ଉତ୍ତର ମୁହାଁ ହୋଇ ଗତି କରୁଛି । ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତ ହେବର ସମ୍ଭାବନା ରହିଛି । ଏହାର ପର 3 ଦିନ ମଧ୍ୟରେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ । ଏହାସହ ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡ଼ଖଣ୍ଡ ଓ ଇତ୍ତର ଛତିଶଗଡ଼ଦେଇ ଗତି କରିବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଆଗାମୀ 5 ଦିନ ପର୍ଯ୍ୟନ୍ତ ରାଜ୍ୟରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।
ଆଜି ରାତିରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି:
ଆଜି ରାତିରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କେତେକ ସ୍ଥାନରେ ପ୍ରବଳ ବର୍ଷା ସହ ବୁଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷାକୁ ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ବିଜୁଳି ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, କନ୍ଧମାଳ ଓ ନୟାଗଡ଼କୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତାକାଲି କେଉଁ ସ୍ଥାନରେ ହେବ ବର୍ଷା:
ସେହିପରି ଆସନ୍ତାକାଲି ଅର୍ଥାତ ୮ ତାରିଖରେ କିଛି ସ୍ଥାନରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ଅର୍ଥାତ ୧୨ରୁ ୨୦ ସେ.ମି ବର୍ଷା ହେବ । ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ଅର୍ଥାତ ୭ରୁ ୧୧ ସେ.ମି ବର୍ଷା ପାଇଁ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ, ପୁରୀ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଏହା ମଧ୍ୟ ପଢ଼ନ୍ତୁ...Rain Alert: ଫିକା ପଡ଼ିବ ଗଣେଶ ପୂଜା ! ପ୍ରବଳ ବର୍ଷାରେ ଭାସିବ ଏସବୁ ଜିଲ୍ଲା, ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ ଜାରି - Odisha Weather Update
୯ ସେପ୍ଟେମ୍ବରରେ କେଉଁ ସ୍ଥାନରେ ହେବ ବର୍ଷା:
ସେହିପରି ୯ ତାରିଖରେ ମଧ୍ୟ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ । ଏଥିପାଇଁ କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ ଓ କଟକକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଏହା ମଧ୍ୟ ପଢ଼ନ୍ତୁ...ଏହା ମଧ୍ୟ ପଢ଼ନ୍ତୁ...ଆନ୍ଧ୍ର-ତେଲେଙ୍ଗାନାରେ ବର୍ଷା ବିତ୍ପାତ; ସାହାଯ୍ୟର ହାତ ବଢାଇଲେ ସାଉଥ ସେଲିବ୍ରିଟି, କୋଟିଏ ଟଙ୍କା ସହାୟତା ରାଶି ଦେଲେ Jr NTR - Telangana Andhra Pradesh Heavy Rain