ଭୁବନେଶ୍ବର:ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଗଭୀର ଅବପାତ । ବର୍ତ୍ତମାନ ଏହା ଗତ ୬ ଘଣ୍ଟା ଧରି ଘଣ୍ଟାପ୍ରତି ୧୩ କି.ମି ବେଗରେ ଉତ୍ତର ଉତ୍ତର-ପଶ୍ଚିମ ଆଡକୁ ଗତି କରୁଛି । ଆଗାମୀ ୬ ଘଣ୍ଟା ମଧ୍ୟରେ ଏହା ଅଧିକ ତୀବ୍ର ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ଅଛି । ବାତ୍ୟାର ନାଁ ରହିଛି 'ଫେଙ୍ଗାଲ'। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଓଡ଼ିଶାରେ ପବନର ଗତି ପରିବର୍ତ୍ତନ ହୋଇଛି । ବର୍ତ୍ତମାନ ପୂର୍ବ ଦିଗରୁ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି । ଫଳରେ ବଙ୍ଗୋପସାଗରରୁ ଆର୍ଦ୍ରତା ଆସୁଥିବା ବେଳେ ରାଜ୍ୟରେ ପାଗ ମେଘୁଆ ସହ ଆହୁରି ୩ ଦିନ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୨୪ ଘଣ୍ଟାରେ ଏହି ଜାଗାରେ ବର୍ଷା:
ଆଞ୍ଚଳିକା ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକାମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଜିଲ୍ଲା ଗୁଡ଼ିକରେ ବିକ୍ଷିପ୍ତ ଭାବରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଅଛି । ଜିଲ୍ଲାର ଗୁଡ଼ିକ ହେଉଛି ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଯାଜପୁର, କଟକ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ହାଲୁକା ବର୍ଷା ହେବା ନେଇ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଏହା ମଧ୍ୟ ପଢ଼ନ୍ତୁ...ବଙ୍ଗୋପସାଗରରେ ସକ୍ରିୟ ଗଭୀର ଅବପାତ, ଓଡ଼ିଶାରେ ଆହୁରି ୨ ଦିନ ବର୍ଷା |
ଆହୁରି ୩ ଦିନ ବର୍ଷା:
ଆସନ୍ତାକାଲି ଓ ଡିସେମ୍ବର ୧ ତାରିଖରେ ୧୬ ଜିଲ୍ଲାରେ ବର୍ଷା ହେବ । ଜିଲ୍ଲା ଗୁଡ଼ିକ ହେଉଛି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, ଯାଜପୁର, କଟକ, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, କଟକ, ନୟାଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ । ସେହିପରି ୨ ତାରିଖରେ ମଧ୍ୟ ୯ ଜିଲ୍ଲାରେ ବର୍ଷା ଲାଗି ରହିବ । ଜିଲ୍ଲା ଗୁଡ଼ିକ ଦେଉଛି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁର ।