ଭୁବନେଶ୍ବର:ରାଜ୍ୟରେ ଧିରେ ଧିରେ ବଢୁଛି ପାରଦ । ତାତି ବଢ଼ୁଥିବାରୁ ମାଘ ମାସରେ ଦେଖିବାକୁ ମିଳିଲାଣି ବାଘ ପରି ଖରା । ଉପକୂଳଠୁ ଆଭ୍ୟନ୍ତରୀଣ ସବୁଠି ବଢିଛି ତାପମାତ୍ରା । ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହୋଇଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଯାହାଫଳରେ ରାଜ୍ୟରେ ତାତି ସହ ଅସ୍ୱାଭାବିକ ଗରମ ଅନୁଭୂତ ହେଉଛି ।
ସିଝିବ ପଶ୍ଚିମ ଓଡ଼ିଶା !:
ପାଣିପାଗ ବୈଜ୍ଞାନିକ ସଞ୍ଜୀବ ଦ୍ବିବେଦୀ କହିଛନ୍ତି,"ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ତାପମାତ୍ରା ବଢିବ । ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ବୃଦ୍ଧି ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । କିଛି ସ୍ଥାନରେ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ବିଶେଷ କରି ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଅଧିକ ବଢିବ । ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବରଗଡ, ବଲାଙ୍ଗୀର, ସୋନପୁର, ନୂଆପଡା ଭଳି ଜିଲ୍ଲାରେ ମେଘମୁକ୍ତ ଆକାଶ ରହିବା ସହ ୩୦ ରୁ ୩୪ ଡିଗ୍ରୀ ମଧ୍ୟରେ ତାପମାତ୍ରା ରେକର୍ଡ ହେବ । ସେହିଭଳି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟ ତାପମାତ୍ରା ବୃଦ୍ଧି ପାଇବ । ତାତି ବୃଦ୍ଧି ସହ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡି କରିବ ଅସ୍ତବ୍ୟସ୍ତ ।"
ଆସନ୍ତା ୨୪ ଘଣ୍ଟା ପାଇଁ ୱାର୍ଣ୍ଣିଂ:
ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡି ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର,କେନ୍ଦ୍ରାପଡା, କଟକ, ଗଜତସିଂହପୁର, କେନ୍ଦୁଝର, ପୁରୀ, ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ ,ଗଜପତି,କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ଆସନ୍ତାକାଲି ପାଇଁ ୱାର୍ଣ୍ଣିଂ: