ଓଡିଶା

odisha

ETV Bharat / state

୨୪ ଘଣ୍ଟାରେ ପ୍ରବଳ ବର୍ଷିବ, ୪ ଜିଲ୍ଲାକୁ ୟେଲୋ ଆଲର୍ଟ - ODISHA WEATHER LATEST UPDATE

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ । ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଲାଗି ରହିବ ବର୍ଷା ।

IMD On Odisha Weather
IMD On Odisha Weather (ETV Bharat Odisha)

By ETV Bharat Odisha Team

Published : Dec 20, 2024, 6:11 PM IST

ଭୁବନେଶ୍ବର:ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୱେଲମାର୍କ ଲୋ-ପ୍ରେସର ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି । ଏହା ଆସନ୍ତା ୧୨ ଘଣ୍ଟାରେ ଉତ୍ତର ଦିଗକୁ ଗତି କରି ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଫଳରେ ପବନର ଦିଗ ପରିବର୍ତ୍ତନ ହୋଇ ଦକ୍ଷିଣ ପୂର୍ବ ଦିଗରୁ ବାୟୁ ରାଜ୍ୟ ଭିତରକୁ ପ୍ରବାହିତ ହେଉଛି । ଯାହା ଆର୍ଦ୍ରତାପୂର୍ଣ୍ଣ ବାୟୁ ବଙ୍ଗପୋସାଗରରୁ ରାଜ୍ୟ ଭିତରକୁ ଆଣୁଛି । ଯେଉଁ କାରଣରୁ ଓଡ଼ିଶା ବର୍ଷା ହେଉଛି । ଏଭଳି ସ୍ଥିତି ଆଗାମୀ କିଛିଦିନ ପର୍ଯ୍ୟନ୍ତ ଲାଗି ରହିବା ସହ ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ପ୍ରବଳ ବର୍ଷା ଆଲର୍ଟ:

IMD On Odisha Weather (ETV Bharat Odisha)

ଆଜି ରାଜ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବାକୁ ଥିବା ବେଳେ ୪ ଜିଲ୍ଲା ଯେପରିକି ଜଗତସିଂହପୁର, କେନ୍ଦ୍ରାପଡା, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷା ପାଇଁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଏହାସହ ଉପକୂଳ ଓଡ଼ିଶାର ୧ରୁ ୨ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି ଉପକୂଳ ଅଞ୍ଚଳ ସହ ଢେଙ୍କାନାଳ, ଯାଜପୁର ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏହା ପରେ ଅର୍ଥାତ ୨୨ ତାରିଖ ପରେ ଆଉ ରାଜ୍ୟରେ ବିଶେଷ ବର୍ଷା ହେବାକୁ ନଥିବା ବେଳେ କିନ୍ତୁ ପାଗ କୋହଲା ରହିବ । ବର୍ଷା ଛାଡ଼ିଲା ପରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପାଗ ମେଘୁଆ ରହିପାରେ । ସମୁଦ୍ର ଭିତରେ ପବନ ରହିପାରେ ତେଣୁ ବନ୍ଦର ପାଇଁ ୩ ନମ୍ବର ବିପଦସଂକେତ ସତର୍କତା ଜାରି କରଯାଇଛି । ମତ୍ସ୍ୟଜୀବୀମାନଙ୍କ ପାଇଁ କୌଣସି ସତର୍କତା ଦିଆଯାଇନାହିଁ । ଦକ୍ଷିଣ ଓଡ଼ିଶା ଉପକୂଳ ପାଇଁ ଆଜି ସନ୍ଧ୍ୟାରୁ ସତର୍କତା ଜାରି କରାଯିବ ।

ଏହା ମଧ୍ୟ ପଢ଼ନ୍ତୁ...ଆସନ୍ତା ୩ ଦିନ ରାଜ୍ୟରେ ଲଗାଣ ବର୍ଷା, ଭିଜାଇବ ଦକ୍ଷିଣରୁ ଉପକୂଳ

ଏହା ମଧ୍ୟ ପଢ଼ନ୍ତୁ...୨୦ରେ ପ୍ରବଳ ବର୍ଷା, ୨୧ ଯାଏଁ ନାହିଁ ନିସ୍ତାର: ଖସିବ ପାରଦ

କମିବ ତାପମାତ୍ରା:

ସେପଟେ ରାତି ତାପମାତ୍ରା ସ୍ଵାଭାବିକ ଠାରୁ ଅଧିକ ରହିଛି । ୨ରୁ ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । ଏହା ପରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିବା ସହ ପୁଣି ଶୀତ ବଢିବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଗତ ୨୪ ଘଣ୍ଟାରେ ସୁନ୍ଦରଗଡରେ ସର୍ବନିମ୍ନ ତାପମାତ୍ରା ୧୦.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ପାହାଡିଆ ଅଞ୍ଚଳ ଦାରିଙ୍ଗିବାଡିରେ ସର୍ବନିମ୍ନ ତାପମାତ୍ରା ୧୪.୭ ଡିଗ୍ରୀ ରେକର୍ଡ ହୋଇଛି । ସେହିପରି ଭୁବନେଶ୍ୱରରେ ୨୦.୪ ଓ କଟକରେ ୧୭.୮ରେ ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି । ରାଜ୍ୟର ବିଭିନ ସ୍ଥାନରେ ହାଲୁକା ବର୍ଷା ହୋଇଥିବା ବେଳେ ଗଞ୍ଜାମ ଚିକିଟିରେ ସର୍ବାଧିକ ୩୬.୦ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details