ଓଡିଶା

odisha

ETV Bharat / state

ରାଜ୍ୟରେ ଆଜି ବି ଜାରି ରହିଛି ବର୍ଷା, 3 ଜିଲ୍ଲାରେ ସ୍କୁଲ ଛୁଟି - Deep Depression Rain In Odisha - DEEP DEPRESSION RAIN IN ODISHA

Odisha Heavy Rain: ଗଭୀର ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା । ଆଲର୍ଟରେ କୋରାପୁଟ, ମାଲକାନଗିରି ଓ ଗଞ୍ଜାମ ଜିଲ୍ଲା । ଏସବୁ ଜିଲ୍ଲାରେ ଆଜି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ।

Odisha Weather update
Odisha Weather update (ETV Bharat Odisha)

By ETV Bharat Odisha Team

Published : Sep 9, 2024, 1:55 PM IST

Updated : Sep 10, 2024, 10:24 AM IST

ଭୁବନେଶ୍ବର:ପୁରୀ ଉପକୂଳ ଅତିକ୍ରମ କଲା ଗଭୀର ଅବପାତ । ଗଭୀର ଅବପାତ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ବିଶେଷ କରି ଆଜି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଭୀଷଣ ବର୍ଷା ନେଇ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲାକୁ ଅରେଞ୍ଜ ଏବଂ ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Odisha Weather update (ETV Bharat Odisha)

ଆଜି ଏସବୁ ସ୍ଥାନରେ ପ୍ରବଳ ବର୍ଷା:

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଝାରସୁଗୁଡା, ବରଗଡ ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ବଲାଙ୍ଗୀର, ସମ୍ବଲପୁର, ସୋନପୁର ଓ ସୁନ୍ଦରଗଡ଼କୁ ସତର୍କତା ଜାରି କରାଯାଇଛି । ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ୨ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେଟି ପଶ୍ଚିମବଙ୍ଗ, ଝାଡଖଣ୍ଡ ଦେଇ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଉପର ମହାନଦୀ ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମହାନଦୀ ସମେତ ବିଭିନ୍ନ ଶାଖା ନଦୀ ପୁଣି ଫୁଲିବାର ଆଶଙ୍କା ରହିଛି । ସେହିପରି ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି ।

ସ୍କୁଲ ଛୁଟି (ETV Bharat Odisha)

ତିନି ଜିଲ୍ଲାରେ ସ୍କୁଲ ଛୁଟି:

ରାଜ୍ୟରେ ତୁହାକୁ ତୁହା ବର୍ଷା ଜାରି ରହିଛି । ଗଞ୍ଜାମ, ମାଲକାନଗିରି ଓ କୋରାପୁଟରେ ବର୍ଷା ଅଧିକ ହେଉଥିବାରୁ ଏହି 3 ଜିଲ୍ଲାରେ ସ୍କୁଲ ଓ ଅଙ୍ଗନବାଡିକୁ ଛୁଟି ଘୋଷଣା କରାଯାଇଥି । ଆଜି ଏହି ତିନି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡି ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଗତକାଲି ଏହି ସବୁ ଜିଲ୍ଲାକୁ କରାଯାଇଥିଲା ସତର୍କ:

ଗତକାଲି ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣି ଜାରି କରାଯାଇଥିଲା । ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା । ସେହିପରି ପ୍ରବଳ ବର୍ଷାକୁ ନେଇ ଝାରସୁଗୁଡ଼ା, ଦେବଗଡ଼. ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଥିଲା ପାଣିପାଗ ବିଭାଗ ।

Odisha Heavy Rain SRC Deployed Teams For Flood Control (ETV Bharat Odisha)

ଏହା ମଧ୍ୟ ପଢ଼ନ୍ତୁ...ସମ୍ଭାବ୍ୟ ବନ୍ୟା ସ୍ଥିତିର ସମୀକ୍ଷା, ଫିଲ୍ଡ ଅଧିକାରୀଙ୍କୁ ସଜାଗ ରହିବାକୁ SRCଙ୍କ ନିର୍ଦ୍ଦେଶ - Special Relief Commissioner

ଏହା ମଧ୍ୟ ପଢ଼ନ୍ତୁ...Rain Update: ଅବପାତରେ ପରିଣତ ହେଲା ସୂଦୃଶ ଲଘୁଚାପ, ରେଡ୍‌ ଆଲର୍ଟ ଭିତରେ ଏସବୁ ଜିଲ୍ଲା - Extremely Heavy Rain Alert

Odisha Heavy Rain SRC Deployed Teams For Flood Control (IMD)

ଏହା ମଧ୍ୟ ପଢ଼ନ୍ତୁ...ବର୍ଷାରେ ବେହାଲ କୋରାପୁଟ: ମାଛକୁଣ୍ଡ ପାୱାର ହାଉସରେ ପସିଲା ପାଣି, ବିଦ୍ୟୁତ୍‌ ଉତ୍ପାଦନ ଠପ୍‌ - Koraput Heavy Rain

ଏହା ମଧ୍ୟ ପଢ଼ନ୍ତୁ...ରାଜ୍ୟରେ ପ୍ରବଳ ବର୍ଷା, ୫ ଜିଲ୍ଲାକୁ ରେଡ୍ ଆଲର୍ଟ, ବାହ୍ୟ ଜଗତରୁ ବିଛିନ୍ନ ମାଲକାନଗିରି - Red Alert by IMD

ନିଅଣ୍ଟିଆ ବର୍ଷା:

Odisha Heavy Rain SRC Deployed Teams For Flood Control (IMD)

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୯୦୮. ୬ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୧୭ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ସେପଟେ ଗତ ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୩ଟି ସ୍ଥାନରେ ଅତି ପ୍ରବଳ ଓ ୨୧ଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଏହି କ୍ରମରେ ମାଲକାନଗିରିରେ ସର୍ବାଧିକ ୧୫୩.୦୦ ମିମି ବର୍ଷା ରେକର୍ଡ ହୋଇଛି ।

ଇଟିଭି ଭାରତ, ଭୁବନେଶ୍ବର

Last Updated : Sep 10, 2024, 10:24 AM IST

ABOUT THE AUTHOR

...view details