ଭୁବନେଶ୍ବର: ୧୦ ତାରିଖ ପୂର୍ବରୁ ଓଡିଶା ଛୁଇଁବ ମୌସୁମୀ । ସ୍ୱାଭାବିକ ସମୟର ଦୁଇଦିନ ପୂର୍ବରୁ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆଗାମୀ ୩ ଦିନ ଭିତରେ ଦକ୍ଷିଣ ଓଡ଼ିଶା ମୌସୁମୀ ବାୟୁ ଛୁଇଁବାର ସମ୍ଭାବନା ଥିବା କହିଛି ପାଣିପାଗ ବିଭାଗ । ଏନେଇ ବର୍ତ୍ତମାନ ରାଜ୍ୟରେ ପାଗ ବା ସ୍ଥିତି ଅନୁକୂଳ ଥିବା କହିଛି ବିଭାଗ । ତେବେ ଓଡିଶା ଛୁଇଁବା ପରେ ଦକ୍ଷିଣ ଓଡ଼ିଶାରେ କେତେକ ସ୍ଥାନରେ ବର୍ଷା ସହ ୪୮ ଘଣ୍ଟା ମଧ୍ୟରେ ଗୋଟେ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ବିଜୁଳି ଘଡଘଡି ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କିଲୋମିଟର ରହିବ । ଗୋଟେ ଦୁଇଟି ସ୍ଥାନରେ ପବନର ବେଗ ରହିବ ।
ସେପଟେ ଆଜି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବେଳେ ଉପକୂଳରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଛି । ୮ ତାରିଖରୁ ୧୦ ଯାଏ ଦିନର ତାପମାତ୍ରା ବୃଦ୍ଧି ହେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଣ୍ଟାରେ କିଛି କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ରହିଥିବା ବେଳେ ବରଗଡ଼ ବଲାଙ୍ଗୀର ଓ ନୂଆପଡାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୫ ଦିନ ଯାଏ ଉପକୂଳ ଓଡ଼ିଶାରେ ପ୍ରବଳ ଗୁଳୁଗୁଳି ରହିବା ସହ ଉଷ୍ମ ଓ ଆଦ୍ର ସ୍ଥିତି ଲାଗି ରହିବ ।