ଭୁବନେଶ୍ବର: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ସମ୍ଭାବ୍ୟ ବାତ୍ୟା ବର୍ତ୍ତମାନ ଗଭୀର ଅବପାତରେ ସକ୍ରିୟ ରହିଥିବା ବେଳେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ଏହି ଗଭୀର ଅବପାତ । ଉତ୍ତର ଉତ୍ତର-ପଶ୍ଚିମ ଦିଗ ଦେଇ ଗତି କରିବା ସହ ବାତ୍ୟାଟି ତାମିଲନାଡୁ ଏବଂ ଶ୍ରୀଲଙ୍କା ଉପକୂଳ ମୁହାଁ ହେବ ବା ସ୍ଥଳଭାଗ ଛୁଇଁବ । ବାତ୍ୟାର ରୂପ ନେଲା ପରେ ଏହାର ନାଁ ରହିବ 'ଫେଙ୍ଗାଲ' । ବାତ୍ୟାର ପ୍ରଭାବ ସିଧାସଳଖ ଭାବେ ଓଡ଼ିଶାରେ ନାହିଁ । ମାତ୍ର ପୂର୍ବ ଉତ୍ତର-ପୂର୍ବ ଦିଗରୁ ଓଡ଼ିଶା ମଧ୍ୟକୁ ପବନ ପ୍ରବାହିତ ହେବ । ବଙ୍ଗୋପସାଗରରୁ କିଛି କିଛି ଆର୍ଦ୍ରତା ରାଜ୍ୟ ମଧ୍ୟକୁ ଆସିବ । ଫଳରେ ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ହେବା ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ ।
୩ ଦିନ ଭିଜିବ:
ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ସୂଚନା ଅନୁସାରେ, ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି । ରାଜ୍ୟର କିଛି ସ୍ଥାନରେ ଵର୍ଷା ହେବାକୁ ଥିବା ବେଳେ ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତାକାଲି (ଗୁରୁବାର) ୬ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ଅଛି । ଜିଲ୍ଲାଗୁଡ଼ିକ ହେଉଛି ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଏବଂ ଗଜପତି । ସେହିପରି ୨୯ ତାରିଖରେ (ଶୁକ୍ରବାର) ୧୬ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହେବ । ସେହିପରି ୩୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲା ଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି ।
ଏହାମଧ୍ୟ ପଢ଼ନ୍ତୁ...ଉପକୂଳ ମୁହାଁ ବାତ୍ୟା 'ଫେଙ୍ଗାଲ': ତାମିଲନାଡୁରେ ଆଲର୍ଟ, ଓଡ଼ିଶାରେ ବର୍ଷା ସମ୍ଭାବନା |
- ୨୮ ତାରିଖ ବର୍ଷା:
ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଏବଂ ଗଜପତି
- ୨୯ ତାରିଖ ବର୍ଷା:
ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ ଓ କେନ୍ଦୁଝର ।
- ୩୦ ତାରିଖ ବର୍ଷା:
ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ