ଭୁବନେଶ୍ବର: ତାତିରେ ଲାଗିବ ବ୍ରେକ୍ । ପଶ୍ଚିମା ଝଡ ପ୍ରଭାବରେ ଆଉ କିଛି ଘଣ୍ଟା ଯାଏଁ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହିତ ଉତ୍ତର ଉପକୂଳରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦେଓଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ ଜିଲ୍ଲା ଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ।
ସେହିପରି ଆସନ୍ତାକାଲିଠାରୁ ୨ ଦିନ ଯାଏ ରାଜ୍ୟରେ ଶୁଖିଲା ପାଗ ରହିବ। ପୁଣି ୭ ତାରିଖରୁ ପଶ୍ଚିମା ଝଡ଼ ପ୍ରଭାବରୁ ବର୍ଷ ହେବାକୁ ଥିବାବେଳେ ସୁନ୍ଦରଗଡ , କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର,ଭଦ୍ରକର କିଛି ଜିଲ୍ଲାରେ ବର୍ଷ ହେବାକୁ ଥିବା ବେଳେ ବାକି ଜିଲ୍ଲାରେ ଶୁଖିଲା ପାଗ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେହିପରି ରାତି ତାପମାତ୍ରା ଓ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ବେଳେ ଅନେକ ସହରରେ ୩୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।