ଓଡିଶା

odisha

ETV Bharat / state

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ସଂଧ୍ୟାରେ 4ଘଣ୍ଟା ଦର୍ଶନ ବନ୍ଦ - Darshan closed for Rituals - DARSHAN CLOSED FOR RITUALS

Banakalagi Rituals: ସଂଧ୍ୟାରେ 4 ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର । ଅଧିକ ପଢନ୍ତୁ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ 4ଘଣ୍ଟା ଦର୍ଶନ ବନ୍ଦ
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ଶ୍ରୀମନ୍ଦିରରେ 4ଘଣ୍ଟା ଦର୍ଶନ ବନ୍ଦ (ETV Bharat Odisha)

By ETV Bharat Odisha Team

Published : Aug 21, 2024, 10:15 AM IST

ପୁରୀ:ଆଜି ବୁଧବାର ଭାଦ୍ରବ କୃଷ୍ଣ ତୃତୀୟା ତିଥି । ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସଂଧ୍ୟା ୫ଟା ରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସୁଚନା ଦିଆଯାଇଛି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମ୍ପାଦନ ବେଳେ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିଥାଏ । ବନକଲାଗି ନୀତିରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇଥାଏ ।

ଗୁପ୍ତନୀତି ପାଇଁ ବନ୍ଦ ହୁଏ ଶ୍ରୀମନ୍ଦିର 4 ଦ୍ବାର:-

ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ହୋଇଥାଏ । ଦ୍ବିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ଶ୍ରୀଜଗନ୍ନାଥ ସଂସ୍କୃତି ଭାଷାରେ ‘ବନକଲାଗି’ କୁହାଯାଏ ।

କେଉଁ ସେବାୟତଙ୍କ ଦ୍ବାରା ଏହି ନୀତି ହୋଇଥାଏ :

ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଏହାକୁ ଲେପ ଦେବା କାର୍ଯ୍ୟ ଏହି ସେବାୟତ ବର୍ଗ କରିଥାନ୍ତି । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ମୂଲ୍ୟବାନ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ ।

ପ୍ରକୃତିକ ରଙ୍ଗରେ ଶୃଙ୍ଗାର ହୁଅନ୍ତି ଶ୍ରୀବିଗ୍ରହ:-

ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ‘ବନକଲାଗି ଘର’ କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ରଙ୍ଗ ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details