ଭୁବନେଶ୍ବର: ନୂଆଦିଲ୍ଲୀର ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ପ୍ରତିଷ୍ଠା ହେବ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର । ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ପଇଁ ହୋଇଛି ଚୁକ୍ତି ସ୍ୱାକ୍ଷର । ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ, ନୂଆଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ ଜେଏନୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଛନ୍ତି ।
ଲୋକସେବା ଭବନରେ ଆୟୋଜିତ ହୋଇଛି ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ଉତ୍ସବ । ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରୱାଲ ଏବଂ ଜେଏନୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ର ସ୍ୱାକ୍ଷର କରିଛନ୍ତି । ଓଡିଆ ଭାଷାରେ ପ୍ରଗତିଶୀଳ ଗବେଷଣା ପାଇଁ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା, ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ପାଇଁ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦେଶ୍ୟ । ଏହି କେନ୍ଦ୍ର ପ୍ରତିଷ୍ଠା ପାଇଁ ରାଜ୍ୟ ସରକାର ଏକକାଳୀନ ୧୦ କୋଟି ଟଙ୍କା ସହାୟତା ପ୍ରଦାନ କରିବେ ।
ଏହା ମଧ୍ୟ ପଢ଼ନ୍ତୁ...ଟାଟା ପାୱାର ଓ ଦକ୍ଷତା ବିକାଶ ମଧ୍ୟରେ MOU, ଯୁବ ସଶକ୍ତିକରଣ କରିବାକୁ ଉଦ୍ୟମ