ଭୁବନେଶ୍ବର: ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ରାଜନେତା ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ । ବିଶ୍ୱଭୂଷଣ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଜି ସନ୍ଧ୍ୟାରେ ତାଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ବିଶ୍ବଭୂଷଣଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିଶ୍ବଭୂଷଣଙ୍କ ଆସୁ ଆରୋଗ୍ୟ କାମନା କରିଛନ୍ତି ।
ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ:
ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି । ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି । ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅସୁସ୍ଥତାବଶତଃ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବିଶ୍ବଭୂଷଣଙ୍କୁ ହସ୍ପିଟାଲରେ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଶ୍ୱଭୂଷଣଙ୍କ ସହ ହାତ ମିଳେଇବା ସହ ମୁଖ୍ୟମନ୍ତ୍ରୀ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଏହା ମଧ୍ୟ ପଡ଼ନ୍ତୁ...ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମରେ ମୃତ ଅଧିକାରୀଙ୍କୁ ଦାୟିତ୍ବ, ମୋହନ ସରକାରକୁ ଘେରିଲେ ବିରୋଧୀ - Dead official on PM visit duty |
ବିଶ୍ୱଭୂଷଣଙ୍କ ଆରୋଗ୍ୟ କାମନା କଲେ ମୋହନ: