ଓଡିଶା

odisha

ETV Bharat / state

ବରଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ବଜେଟରେ ସ୍ଥାନ ପାଇବ ଜନତାଙ୍କ ମତାମତ, ଖୋଲିବ ୱେବସାଇଟ୍ - Chief Minister Bargarh Visit

CM Mohan Majhi Visits Bargarh: ମଙ୍ଗଳବାର ବରଗଡ ଗସ୍ତ କରି ଏକ ବିଶାଳ ରୋଡ ସୋ'ରେ ଯାଇ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଠାରେ ଏକ ବଡ଼ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ ଆଗାମୀ ବଜେଟରେ ସାଧାରଣ ଲୋକଙ୍କ ମତାମତକୁ ସ୍ଥାନ ଦିଆଯିବ । ଏଥିପାଇଁ ଖୁବଶୀଘ୍ର ଏକ ୱେବସାଇଟ ଖୋଲାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ

By ETV Bharat Odisha Team

Published : Jun 19, 2024, 2:25 PM IST

CM Mohan Majhi Bargarh Visit
CM Mohan Majhi Bargarh Visit (ETV Bharat Odisha)

ବରଗଡ: ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ବରଗଡ଼ ଜିଲ୍ଲା ଗସ୍ତ କରିଥିଲେ ମୋହନ ଚରଣ ମାଝୀ । ମଙ୍ଗଳବାର ଜିଲ୍ଲା ଗସ୍ତ କରି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ ଓଡିଶାର ୩୧.୬୨ ଲକ୍ଷ ଚାଷୀଙ୍କୁ ୬୩୨.୪୮ କୋଟି ଟଙ୍କା ପ୍ରଦାନ କରାଯାଇଛି । ପ୍ରତ୍ୟେକ ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି ।

CM Mohan Majhi Bargarh Visit (ETV Bharat Odisha)

ମଙ୍ଗଳବାର ଅପରାହ୍ନ ସମୟରେ ମୁଖ୍ୟମନ୍ତ୍ରୀ ବରଗଡରେ ପହଞ୍ଚିବା ପରେ ପ୍ରଥମେ ଗାନ୍ଧୀ ଛକରେ ଥିବା ମହାତ୍ମା ଗାନ୍ଧୀ ଓ ଗଙ୍ଗାଧର ମେହେରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ଓ ପରେ ହଜାର ହଜାର ଲୋକଙ୍କ ଗହଣରେ ଏକ ‘ରୋଡ ସୋ’ ରେ ଯାଇ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ । ରାସ୍ତାରେ ଲୋକଙ୍କୁ ହାତ ହଲାଇ ଶୁଭେଚ୍ଛା ଜଣାଇଥିଲେ ମୁଖ୍ୟମନ୍ତ୍ରୀ । ଲୋକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା ।

ଏହି କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା କରି କହିଛନ୍ତି, "ପ୍ରଧାନମନ୍ତ୍ରୀ ମୋଦି ହେଉଛନ୍ତି କୃଷକମାନଙ୍କର ପ୍ରକୃତ ବନ୍ଧୁ । ଚାଷୀମାନଙ୍କୁ ସବୁ ସହାୟତା DBT ମାଧ୍ୟମରେ ସିଧାସଳଖ ବ୍ୟାଙ୍କ ଖାତାରେ ପହଞ୍ଚୁଛି । ପ୍ରଧାନମନ୍ତ୍ରୀଙ୍କ ଏହି ଯୋଜନା କୃଷକମାନଙ୍କ ପାଇଁ ବିକାଶର ରାସ୍ତା ଖୋଲିଛି । ପିଏମ୍‌ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତିରେ କୃଷକମାନେ ୨୦୦୦ ଟଙ୍କା ଲେଖାଏଁ ପାଇଲେ । ଓଡ଼ିଶାର ୩୧ ଲକ୍ଷ ୬୨ ହଜାର ଚାଷୀ ସମୁଦାୟ ୬୩୨ କୋଟି ୪୮ ଲକ୍ଷ ଟଙ୍କା ପାଇଛନ୍ତି ।"

ଏହାମଧ୍ୟ ପଢନ୍ତୁ.. ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ 20ହଜାର କୋଟି ଟଙ୍କା - PM Kisan Samman Nidhi Yojana

ସେ ଆଉମଧ୍ୟ କହିଛନ୍ତି, " ଓଡ଼ିଶାରେ ଆମ ସରକାର ଆସିବାର ପ୍ରଥମ ଦିନରେ ହିଁ ମୋ କ୍ୟାବିନେଟ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟକୁ ୩୧୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛି । ପୂର୍ବ ସରକାର ଦେଇଥିବା ପ୍ରତିଶୃତି ଅନୁଯାୟୀ, ୧୦୦ ଟଙ୍କା ବୋନସ୍‌ ଦେଲେନାହିଁ, ବରଂ କଟନି ଛଟନି ଆରମ୍ଭ କଲେ । ମୋ ସରକାର ଜନତାଙ୍କ ସରକାର । ସାଧାରଣ ଲୋକଙ୍କ ପାଇଁ ଆମର ସବୁ ପ୍ରତିଶୃତି ପୂରଣ ହେବ ।"

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, "ଆମ ରାଜ୍ୟ ସରକାର ଆଗାମୀ ଦିନରେ କୃଷକଙ୍କ ପାଇଁ କେନ୍ଦ୍ର ସରକାର କରିଥିବା ବିକାଶମୂଳକ ଯୋଜନା ଏବଂ କାର୍ଯ୍ୟକ୍ରମ ରାଜ୍ୟରେ ଲାଗୁ କରିବାକୁ ଯୋଜନା ରଖିଛନ୍ତି । କୌଣସି ଯୋଗ୍ୟ କୃଷକ ଏହି ଯୋଜନା ଅଧୀନରେ ଲାଭ ପାଇବାରୁ ବଞ୍ଚିତ ହେବେ ନାହିଁ । ଆଗାମୀ ୧୫ ଦିନ ମଧ୍ୟରେ ସବୁ ବଞ୍ଚିତ ଯୋଗ୍ୟ ଚାଷୀଙ୍କୁ ଏହି ଯୋଜନାରେ ସାମିଲ କରାଯିବ ଏବଂ ବରଗଡ଼ ଜିଲ୍ଲାରେ ଏହି ଯୋଜନାରୁ ବଞ୍ଚିତ ରହିଯାଇଥିବା 40 ହଜାର ଚାଷୀ ମାନଙ୍କୁ ମଧ୍ୟ ସାମିଲ କରାଯିବ ଓ ଆଗାମୀ କିସ୍ତିରେ ଏହାର ସୁଫଳ ପାଇବେ । ଆଗାମୀ ବଜେଟରେ ଆମେ ସାଧାରଣ ଲୋକଙ୍କ ମତାମତକୁ ସ୍ଥାନ ଦେବୁ । ଏଥିପାଇଁ ଖୁବଶୀଘ୍ର ଏକ ୱେବସାଇଟ ଖୋଲାଯିବ । ଆପଣଙ୍କ ମତ ଅନୁଯାୟୀ ବଜେଟ ପ୍ରସ୍ତୁତ କରାଯିବ। ମୋ ସରକାର ଜନତାଙ୍କ ସରକାର, ଯେତେବେଳେ ଆପଣ ଆପଣଙ୍କ ମୁଖ୍ୟମନ୍ତ୍ରୀଙ୍କୁ ଖୋଜିବେ, ନିଶ୍ଚୟ ପାଇବେ ।"

ଏହି କାର୍ଯ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ସାଂସଦ ପ୍ରଦୀପ ପୁରୋହିତ, ବିଜେପୁର ବିଧାୟକ ସନତ ଗଡତିଆ, ବରଗଡ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ଅତାବିରା ବିଧାୟକ ନିହାର ମହାନନ୍ଦ ଓ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ ଏବଂ ଅନ୍ୟ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ଥିଲେ ।

ଇଟିଭି ଭାରତ, ବରଗଡ

ABOUT THE AUTHOR

...view details