କଟକ:ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲା । ହାଇକୋର୍ଟରେ ଜଷ୍ଟିସ ରଘୁବୀର ଦାସ ତଦନ୍ତ କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବା ତଥା ଷ୍ଟାଟସ୍ ରିପୋର୍ଟ ଦାଖଲ ପାଇଁ ପୁଣି ସମୟ ନେଲେ ସରକାର । କମିଶନଙ୍କ ରିପୋର୍ଟ ପ୍ରସଙ୍ଗରେ ଷ୍ଟାଟସ ରିପୋର୍ଟ ଦାଖଲ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ରିପୋର୍ଟ ଦାଖଲ ପାଇଁ ୩ ସପ୍ତାହ ସମୟ ନେଇଛନ୍ତି ସରକାର । ୩ ସପ୍ତାହ ପରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି । ଚାବି ହଜିବା ଘଟଣାରେ ଗଠିତ ହୋଇ ଥିଲା ଜଷ୍ଟିସ ରଘୁବୀର ଦାସ କମିଶନ ।
ଆବେଦନକାରୀ କୋର୍ଟଙ୍କୁ ଜଣାଇଥିଲେ ଯେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ କେବେ ସାର୍ବଜନୀନ କରାଯିବ ସେନେଇ କୌଣସି ଜବାବ ଦାଖଲ କରୁନାହାନ୍ତି । ସରକାର ବାରମ୍ବାର ସମୟ ମାଗୁଛନ୍ତି, ତେବେ କୋର୍ଟ ଏହି ମାମଲାର ଶୁଣାଣି କରି କେବେ ଏହାର ଜବାବ ରଖିବେ ସେନେଇ ସତ୍ୟପାଠ ମାଧ୍ୟମରେ ଜଣାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଆବେଦନକାରୀ ଦିଲୀପ କୁମାର ବରାଳଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ସେକ୍ସନ 3(4) ତଦନ୍ତ କମିଶନ 1952 ଧାରାକୁ ପାଳନ କରିବା, ରତ୍ନଭଣ୍ଡାରରେ ଥିବା ସାମଗ୍ରୀ ଗୁଡିକର ଯାଞ୍ଚ କରିବା ଏବଂ ରତ୍ନଭଣ୍ଡାରର ରକ୍ଷଣାବେକ୍ଷଣ ଓ ମରାମତି ପାଇଁ ASIକୁ ଦାୟିତ୍ୱ ଦିଆଯାଉ । ଏହି ୩ଟି ପ୍ରସଙ୍ଗକୁ ନେଇ ଆବେଦନକାରୀ ହାଇକୋର୍ଟରେ ପାର୍ଥନା କରିଥିଲେ ।
ଏହା ମଧ୍ୟ ପଢନ୍ତୁ: ରତ୍ନ ଭଣ୍ଡାର ଚାବି ହଜିବା ମାମଲା: ରିପୋର୍ଟ ସାର୍ବଜନୀନ ପାଇଁ ଆହୁରି ସମୟ ନେଲେ ସରକାର