ଭୁବନେଶ୍ବର: ଆସନ୍ତା ସାଧାରଣ ନିର୍ବାଚନ ୨୦୨୪ ପାଇଁ ବିଗୁଲ ବାଜି ସାରିଛି । ତାରିଖ ଘୋଷଣା ସହ ନିର୍ବାଚନ ପାଇଁ ଚୂଡାନ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଁଚିଛି । କିନ୍ତୁ ନିର୍ବାଚନ ସମୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଚିନ୍ତା ବଢ଼ାଇଛି । ନିର୍ବାଚନ ସମୟରେ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ କରାଇଛନ୍ତି ସ୍ୱତନ୍ତ୍ର ରିଲିଫ କମିସନର ସତ୍ୟବ୍ରତ ସାହୁ । ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସେ ସତର୍କ କରିଛନ୍ତି ।
ଆଗକୁ ରହିଛି ସାଧାରଣ ନିର୍ବାଚନ । ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇସାରିଛି । ନିର୍ବାଚନ ପ୍ରସ୍ତୁତି ପ୍ରକ୍ରିୟା ମଧ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି । କିନ୍ତୁ ଏହି ସମୟରେ ଗ୍ରୀଷ୍ମ ପ୍ରବାହ ଚିନ୍ତା ବଢାଇ ଦେଇଛି । ଏହାକୁ ଦୃଷ୍ଟିରେ ରଖି ସତର୍କ ହୋଇଛନ୍ତି ରାଜ୍ୟ ସରକାର । ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିବାରୁ ଚିଠି ଲେଖି ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି ଏସଆରସି । ନିର୍ବାଚନ ଋତୁ ହୋଇଥିବାରୁ ଅଧିକ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଂଶୁଘାତରୁ ରକ୍ଷା ପାଇଁ ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଇଛି । ନିର୍ବାଚନ ସମୟରେ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନେ କଣ କଣ ପଦକ୍ଷେପ ନେବେ ସେନେଇ ଏସଆରସି ପରାମର୍ଶ ଦେଇଛନ୍ତି ।