ବୌଦ୍ଧ:ସରକାରୀ ସହକାରୀ ଶିକ୍ଷୟିତ୍ରୀଙ୍କୁ ନିର୍ବାଚନ ଅଧିକାରୀଙ୍କ ଛାଟ । ନିର୍ବାଚନ ଆଚରଣ ବିଧି ଲାଗିଥିବା ସମୟରେ ଏକ ରାଜନୈତିକ ଦଳର ଦଳୀୟ ରାଲିରେ ଯୋଗ ଦେଇ ନିଲମ୍ବିତ ହେଲେ ଶିକ୍ଷୟିତ୍ରୀ । ବୌଦ୍ଧ ଜିଲ୍ଲା ଦହ୍ୟା ସରକାରୀ ନୋଡାଲ ହାଇସ୍କୁଲର ସହକାରୀ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିଛନ୍ତି ଜିଲ୍ଲା ନିର୍ବାଚନ ଅଧିକାରୀ । ସେ ଏକ ନିର୍ବାଚନ ରାଲିରେ ଯୋଗ ଦେଇଥିଲେ । ଫଳରେ ତାଙ୍କ ଉପରେ ନିଲମ୍ବନ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।
ଏହା ମଧ୍ୟ ପଢନ୍ତୁ-ପୁରୀରେ ବିଜେଡି ବିରୁଦ୍ଧରେ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ ଆଣିଲା ବିଜେପି
ସୂଚନା ଅନୁସାରେ, ଗତ ଦୁଇ ଦିନ ତଳେ ବୌଦ୍ଧ ଜିଲ୍ଲା କଣ୍ଟାମାଲ ନିର୍ବାଚନ ମଣ୍ଡଳୀ ପଲଶପାଟ ଠାରୁ ଆମ୍ବଗାଁ ପର୍ଯ୍ୟନ୍ତ ଏକ ରାଜନୈତିକ ଦଳ ପକ୍ଷରୁ ବାଇକ୍ ରାଲି ହୋଇଥିଲା । ଏହି ରାଲିରେ ଦହ୍ୟା ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ । ଏନେଇ ତାଙ୍କ ବିରୋଧରେ ଅଭିଯୋଗ ହୋଇଥିଲା । ଏପରିକି ଏହାର ଏକ ଫଟୋ ମଧ୍ୟ ଜିଲ୍ଲାପାଳଙ୍କ ଦୃଷ୍ଟିକୁ ଆସିଥିଲା । ଏନେଇ ଜିଲ୍ଲାପାଳ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ । ତଦନ୍ତ ପରେ ସହକାରୀ ଶିକ୍ଷୟିତ୍ରୀଙ୍କୁ ଜିଲ୍ଲାପାଳ ନିଲମ୍ବନ କରିଛନ୍ତି । ଏହି ଘଟଣା ଅଞ୍ଚଳରେ ଚର୍ଚ୍ଚାରେ ବିଷୟ ହୋଇଛି ।