ଭୁବନେଶ୍ବର:ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ବିଭିନ୍ନ ସ୍ଥାନରେ ହାଲୁକାରୁ ଅତ୍ୟନ୍ତ ହାଲୁକା ଧରଣର ବର୍ଷା ହୋଇପାରେ । ଏନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।
୨୧ ଯାଏଁ ବର୍ଷା:
ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପର ସକ୍ରିୟତାକୁ ନେଇ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ଦକ୍ଷିଣ ଓ ଦକ୍ଷିଣ ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ଗଞ୍ଜାମ, ଗଜପତି ରାୟଗଡ଼ା ଓ ପୁରୀର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହେବାର ସମ୍ଭାବନା ରହିଛି । ଆଗାମୀ ୫ ଦିନ ପାଗ ମୁଖ୍ୟତଃ ଶୁଖିଲା ସହ ମେଘୁଆ ଓ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି ।
ବିଭିନ୍ନ ସ୍ଥାନରେ ଘନ କୁହୁ଼ଡି:
ସେହିପରି ଆସନ୍ତାକାଲି କୋରାପୁଟ, ମାଲକାନଗିରି, ରାୟଗଡା, ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ ୨ଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ଅଛି । ୨୦ ତାରିଖରେ ବର୍ଷା ଲାଗି ରହିବ । ଉପକୂଳ ଓଡ଼ିଶାର କିଛି ଅଞ୍ଚଳମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଜିଲ୍ଲା ମାନଙ୍କରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖରେ ହାଲୁକାରୁ ଅତ୍ୟନ୍ତ ହାଲୁକା ବର୍ଷା ହେବାର ଅଛି । ପାଗ ମେଘୁଆ ଥିବାରୁ ଗୋଟିଏ କିମ୍ବା ୨ ଟି ସ୍ଥାନରେ ହାଲୁକା କୁହୁଡି ଦେଖାଯିବ। ଏହାସହ ଆସନ୍ତା ୨୪ ଘଣ୍ଟାରେ କନ୍ଧମାଳ, କଳାହାଣ୍ଡି ଓ ସୁନ୍ଦରଗଡ଼ରେ ଘନ କୁହୁଡିର ସମ୍ଭାବନା ରହିଛି ।