ଓଡିଶା

odisha

By ETV Bharat Odisha Team

Published : 5 hours ago

ETV Bharat / state

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୪ ସୁଦ୍ଧା ଲଘୁଚାପ, ବାତ୍ୟାକୁ ନେଇ ଏମିତି କହିଲେ IMD ମହାନିର୍ଦ୍ଦେଶକ - Odisha Weather Latest Update

Odisha Weather Update: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଅକ୍ଟୋବର ୪ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ସେପଟେ ଓଡ଼ିଶାରେ ବାତ୍ୟା ଭୟ ନାହିଁ ବୋଲି IMD ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଓଡ଼ିଶାକୁ ନାହିଁ ବାତ୍ୟା ଭୟ । ଅକ୍ଟୋବର ମାସରେ ପୋଷ୍ଟ ମନସୁନ ସମୟରେ ସାଧାରଣତଃ ବାତ୍ୟା ସୃଷ୍ଟି ହୋଇଥାଏ । ହେଲେ ବର୍ତ୍ତମାନର ଲଘୁଚାପ ନେଇ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସେପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ ।

ନାହିଁ ବାତ୍ୟା ଭୟ:

Odisha Weather Update (ETV Bharat Odisha)

ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଦକ୍ଷିଣ ପୂର୍ବ ବାଂଲାଦେଶ ଉପରେ ଏହା ସକ୍ରିୟ ରହିଛି । କ୍ରମଶଃ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ବଙ୍ଗୋପସାଗର ନିକଟସ୍ଥ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ନିକଟରେ ଲଘୁଚାପର ରୂପ ନେବ । ହେଲେ ଏହା ଅଧିକ ଘନୀଭୂତ ଆଶଙ୍କା କମ୍ ରହିଛି । ଏହା କେବଳ ଲଘୁଚାପ ହୋଇ ଉପକୂଳ ଅତିକ୍ରମ କରିବ । ବର୍ତ୍ତମାନ ଏହାକୁ ନେଇ କୌଣସି ବାତ୍ୟା ଭୟ ନାହିଁ । ଏହାର ପ୍ରଭାବରେ ୪ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ୪ ତାରିଖ ପରେ ଉତ୍ତର ଓଡ଼ିଶା ଓ ଏହାର ପାର୍ଶ୍ଵବର୍ତ୍ତୀ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।

ବିଜୁଳି ଘଡଘଡି ଆଲର୍ଟ:

Odisha Weather Update (IMD)

ଅନ୍ୟପଟେ ଭୁବନେଶ୍ୱର ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ରାଜ୍ୟରେ ୫ ଦିନ ଯାଏଁ ବିଶେଷ ବର୍ଷା ନଥିବା ବେଳେ ଆସନ୍ତା ୪୮ ଘଣ୍ଟା ଯାଏଁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଉତ୍ତର ଓଡ଼ିଶା ସହ ଉପକୂଳ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ବିଜୁଳି ଘଡ଼ଘଡ଼ ରହିବ । ଏଥିପାଇଁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏହି ଯାଗାରେ ଅଧିକ ଗରମ:

Odisha Weather Update (IMD)

ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ଅନେକ ସ୍ଥାନରେ ପାରଦ ଉପର ମୁହାଁ ହୋଇଛି । ଗତକାଲି ଅନେକ ସ୍ଥାନରେ ଗରମ ଗୁଳୁଗୁଳି ହୋଇଥିବା ବେଳେ ଗଜପତିର ପାରଳାଖେମୁଣ୍ଡି ସବୁଠାରୁ ଉତ୍ତପ୍ତ ସହର ରହିଥିଲା । ଯେଉଁଠାରେ ସର୍ବାଧିକ ୩୭.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୩୬.୨ ଡିଗ୍ରୀ ସେଲସିୟସ ଓ କଟକରେ ୩୫.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହ ନବରଙ୍ଗପୁରରେ ସର୍ବନିମ୍ନ ୨୨.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...୫ରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା, ୧୦ ଜିଲ୍ଲାକୁ ଆଲର୍ଟ - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ଅକ୍ଟୋବର ୬ରେ ଲଘୁଚାପ, ଆଗାମୀ ୪୮ ଘଣ୍ଟା ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ଦଶହରାରେ ଭିଜିବ ଓଡ଼ିଶା, ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା - Odisha Weather Latest Update

ଏହି ଯାଗାରେ ସର୍ବାଧିକ ବର୍ଷା ରେକର୍ଡ:

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ କୋରାପୁଟ ଜିଲ୍ଲା ବୋରିଗୁମ୍ମାରେ ସର୍ବାଧିକ ୬୫୩.୪ ମିମି ବର୍ଷା ରେକର୍ଡ ହୋଇଛି । ସେହପରି ନବରଙ୍ଗପୁର ଡାବୁଗାଁରେ ୨୩.୨ ମିମି, ଗଞ୍ଜାମ ଭଞ୍ଜନଗରରେ ୧୭.୧ ମିମି, ଗଞ୍ଜାମ ପାତ୍ରପୁରରେ ୧୩.୪ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details