ଭୁବନେଶ୍ବର:ଆସୁଛି ପୁଣି ବର୍ଷା । ବର୍ଷାରେ ଭିଜିବ ସାରା ଓଡ଼ିଶା । ରାଜ୍ୟ ଉପରେ ଆଉ ଏକ ଘୂର୍ଣ୍ଣିବଳୟ । ଦକ୍ଷିଣପୂର୍ବ ବାଂଲାଦେଶ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ଫଳରେ ଭିଜିପାରେ ଦଶହରା ।
ପୁଣି ଆସୁଛି ଲଘୁଚାପ :
ଉତ୍ତର ବଙ୍ଗୋପସାଗରରେ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ । ହେଲେ ଏହାର ପ୍ରଭାବ ଅଧିକ ରହିବ ନାହିଁ । କାଁ ଭାଁ ସ୍ଥାନରେ ବର୍ଷା ରହିବ । ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି:
ଆସନ୍ତା ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡି ସହ ବର୍ଷା ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର ,କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ ,ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ରାୟଗଡା, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଉପକୂଳ ଓଡ଼ିଶାର ଏହି ଜିଲ୍ଲାରେ ବିଜୁଳି ଘଡ଼ଘଡି ବର୍ଷାର ସତର୍କତାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୭ ତାରିଖ ଯାଏ ରାଜ୍ୟରେ ବିଶେଷ ବର୍ଷା ନଥିବାବେଳେ ୮ ତାରିଖ ବେଳକୁ ବର୍ଷା ବଢିବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।