ଓଡିଶା

odisha

ETV Bharat / state

୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ, ଏହି ଦିନ ସାରା ଓଡ଼ିଶାରେ ବର୍ଷିବ - Odisha Weather Latest Update - ODISHA WEATHER LATEST UPDATE

ବିଜୁଳି ଘଡ଼ଘଡ଼ି ପାଇଁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ୮ ତାରିଖରେ ସାରା ରାଜ୍ୟରେ ବର୍ଷିବ । ଏବେବି ରହିଛି ଗୁଳୁଗୁଳି ।

Odisha Weather Forecast Latest Update
Odisha Weather Forecast Latest Update (ETV Bharat Odisha)

By ETV Bharat Odisha Team

Published : Oct 6, 2024, 4:44 PM IST

ଭୁବନେଶ୍ବର: ଆଗାମୀ ୭ ଦିନ ଯାଏଁ ଓଡ଼ିଶାରେ ଲାଗି ରହିବ ବର୍ଷା । ରାଜ୍ୟରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ରହିବ । ଯାହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ରାଜ୍ୟ ଉପରେ ବର୍ତ୍ତମାନ କୌଣସି ପାଣିପାଗର ନିୟାମକ ସକ୍ରିୟ ନଥିଲେ ମଧ୍ୟକିଛି ଦିନ ବର୍ଷା ଲାଗି ରହିବ । ସେପଟେ ବର୍ଷା ହେଉଥିଲେ ମଧ୍ୟ ଅନେକ ସ୍ଥାନରେ ଏବେ ବି ଗରମ ଗୁଳୁଗୁଳି ଅନୁଭୂତ ହେଉଛି ।

ବିଜୁଳି ଘଡ଼ଘଡ଼ି ସତର୍କ:

Odisha Weather Forecast Latest Update (ETV Bharat Odisha)

ଆଗାମୀ ୨୪ ଘଣ୍ଟା ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ହେବ । ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏସବୁ ଜିଲ୍ଲାରେ ଲାଗି ରହିବ ବର୍ଷା:

ଆସନ୍ତାକାଲି ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ସେହିପରି ୮ ତାରିଖରେ ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ । ସେହିପରି ୯ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ବରଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ସୁନ୍ଦରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଝାରସୁଗୁଡ଼ା ଓ ବାଲେଶ୍ବର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Odisha Weather Forecast Latest Update (IMD)

କମୁନି ଗୁଳୁଗୁଳି:

ରାଜ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ଅନେକ ସ୍ଥାନରେ ପାରଦ ଉପର ମୁହାଁ ହୋଇଛି । ଗତକାଲି ଅନେକ ସ୍ଥାନରେ ଗରମ ଗୁଳୁଗୁଳି ହୋଇଥିବା ବେଳେ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ରହିଥିଲା । ଯେଉଁଠାରେ ସର୍ବାଧିକ ୩୬.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୩୫.୫ ଡିଗ୍ରୀ ସେଲସିୟସ ଓ କଟକରେ ୩୩.୬ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହ ଫୁଲବାଣୀରେ ସର୍ବନିମ୍ନ ୨୦. ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେପଟେ ରାଜ୍ୟରୁ ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି । ଫଳରେ ଅନେକ ସ୍ଥାନରେ ପ୍ରବଳ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି । ସମ୍ପୂର୍ଣ୍ଣ ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ଵୋଲି ଆକଳନ କରିଛି ପାଣିପାଗ ବିଭାଗ ।

Odisha Weather Forecast Latest Update (IMD)

ଏହା ମଧ୍ୟ ପଢ଼ନ୍ତୁ...୧୨ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ, ଆଉ କିଛିଦିନ ଲାଗି ରହିବ ବର୍ଷା - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ପୁଣି ଲଘୁଚାପ, ୭ ଦିନ ଯାଏଁ ଲାଗି ରହିବ ବର୍ଷା - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ପାର୍ବଣକୁ ଫିକା କରିବ ଲଘୁଚାପ: 8ରୁ ବଢିବ ବର୍ଷା, ଭିଜିବ ଦଶହରା ! - LOW PRESSURE RAIN IN ODISHA

ଏହି ଯାଗାରେ ସର୍ବାଧିକ ବର୍ଷା ରେକର୍ଡ:

Odisha Weather Forecast Latest Update (IMD)

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ମୟୂରଭଞ୍ଜ ଜିଲ୍ଲା ବେତନଟିରେ ସର୍ବାଧିକ ୪୪.୦ ମିମି ବର୍ଷା ରେକର୍ଡ ହୋଇଛି । ସେହପରି ବାଲେଶ୍ବର ଭୋଗରାଇରେ ୩୨.୦ ମିମି, ମୟୂରଭଞ୍ଜ ଜି. ବି ନଗରରେ ୨୮.୦ ମିମି ଓ ଗଜପତି ଗୁମ୍ମାରେ ୨୫.୦ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details