ଓଡିଶା

odisha

ETV Bharat / state

୯ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସତର୍କ, ଦଶହରାରେ କେମିତି ରହିବ ପାଗ ?

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବ । ୯ ଜିଲ୍ଲାକୁ ସତର୍କ ଜାରି କଲା ପାଣିପାଗ ବିଭାଗ ।

By ETV Bharat Odisha Team

Published : 4 hours ago

Odisha Weather Forecast Latest Update
Odisha Weather Forecast Latest Update (ETV Bharat Odisha)

ଭୁବନେଶ୍ବର: ବଙ୍ଗୋପସାଗର ମଧ୍ୟରେ ସକ୍ରିୟ ରହିଛି ଏକ ଗୁରୁଚାପ ବଳୟ । ଏହା ପ୍ରଭାବରେ ରାଜ୍ୟ ମଧ୍ୟକୁ ଜଳୀୟବାଷ୍ପପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହି ବାୟୁ ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଶୁଷ୍କ ବାୟୁ ସହ ସଂସ୍ପର୍ଶରେ ଆସି ପ୍ରତିକ୍ରିୟାଶୀଳ ହେବେ ଫଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ତେବେ ବର୍ତ୍ତମାନ ରାଜ୍ୟ ଉପରେ କୌଣସି ନିର୍ଦ୍ଦିଷ୍ଟ ପାଣିପାଗ ପ୍ରକ୍ରିୟାର ପ୍ରଭାବ ନଥିଲେ ମଧ୍ୟ କିଛି ଦିନ ଯାଏଁ ବର୍ଷା ଲାଗି ରହିବ । ମାତ୍ର ଦଶହରାରେ ବିଶେଷ ବର୍ଷା ନଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ବିଜୁଳି ଘଡ଼ଘଡ଼ି ଆଲର୍ଟ:

Odisha Weather Forecast Latest Update (ETV Bharat Odisha)

ଓଡ଼ିଶାରେ ଗତ କିଛି ଦିନ ଧରି ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ହେଉଛି । ଆଜି ମଧ୍ୟ ବିଜୁଳି ଘଡ଼ଘଡ଼ି ପାଇଁ ୯ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଣ୍ଟା ପାଇଁ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ବରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ମଧ୍ୟ ଦକ୍ଷିଣ ଓ ଉତ୍ତରେ ଓଡ଼ିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରହିବ ।

ଲାଗି ରହିଛି ଗରମ ଗୁଳୁଗୁଳି:

Odisha Weather Forecast Latest Update (IMD)

ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଥିବା ବେଳେ ଅନେକ ସ୍ଥାନରେ ଗରମ ଗୁଳୁଗୁଳି ଅନୁଭୂତ ହେଉଛି । ଗତକାଲି କିଛି ସ୍ଥାନରେ ଗରମ ଗୁଳୁଗୁଳି ହୋଇଥିବା ବେଳେ ସମ୍ବଲପୁର ସବୁଠାରୁ ଉତ୍ତପ୍ତ ସହର ରହିଥିଲା । ଯେଉଁଠି ସର୍ବାଧିକ ୩୬.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଭୁବନେଶ୍ବରରେ ୩୪.୮ ଡିଗ୍ରୀ ସେଲସିୟସ ଓ କଟକରେ ୩୨.୨ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହ ଫୁଲବାଣୀରେ ସର୍ବନିମ୍ନ ୨୦.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ମୌସୁମୀ ଅପସାରଣ ବିଳମ୍ବ ହେଉଥିବାରୁ ରାଜ୍ୟରେ ଆଦ୍ରତାର ପରିମାଣ ବଢ଼ିବାରେ ଲାଗିଛି । ବର୍ଷା ସତ୍ତ୍ବେ ଗରମ ସହ ଗୁଳୁଗୁଳି ହେଉଛି । ଆଉ କିଛି ଦିନ ଭିତରେ ଓଡ଼ିଶାରୁ ମୌସୁମୀ ବାୟୁ ଅପସାରଣ କରିବ । ସମ୍ପୂର୍ଣ୍ଣ ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ ହିଁ ରାଜ୍ୟରେ ଗୁଳୁଗୁଳି କମିବା ଵୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଏହା ମଧ୍ୟ ପଢ଼ନ୍ତୁ...୧୧ରୁ ବଢ଼ିବ ବର୍ଷା, ୧୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ

ଏହା ମଧ୍ୟ ପଢ଼ନ୍ତୁ...୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ

ଏହା ମଧ୍ୟ ପଢ଼ନ୍ତୁ...୨୦ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ, ଏହି ଦିନ ସାରା ଓଡ଼ିଶାରେ ବର୍ଷିବ - Odisha Weather Latest Update

ଏହି ଯାଗାରେ ସର୍ବାଧିକ ବର୍ଷା ରେକର୍ଡ:

Odisha Weather Forecast Latest Update (IMD)

ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲା କୋତ୍ରାଗୁଡ଼ାରେ ସର୍ବାଧିକ ୫୯.୬ ମିମି ବର୍ଷା ରେକର୍ଡ ହୋଇଛି । ସେହପରି ଅନୁଗୋଳ ବଅଁରପାଳରେ ୩୫.୬ ମିମି, କନ୍ଧମାଳ ଜିଲ୍ଲା ଫୁଲବାଣୀରେ ୩୪.୮ ମିମି, ମୟୂରଭଞ୍ଜ ନୱାନରେ ୨୮.୮ ମିମି ଓ ମାଲକାନଗିରି ଚିତ୍ରକୋଣ୍ଡାରେ ୨୨.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details