ଓଡିଶା

odisha

By ETV Bharat Odisha Team

Published : 4 hours ago

ETV Bharat / state

ଅକ୍ଟୋବର ୬ରେ ଲଘୁଚାପ, ଆଗାମୀ ୪୮ ଘଣ୍ଟା ବିଜୁଳି ଘଡ଼ଘଡ଼ି ପାଇଁ ସତର୍କ - Odisha Weather Latest Update

Odisha Weather Update: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଆଗାମୀ ୪୮ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ପାଇଁ ପାଣିପାଗ ବିଭାଗର ସତର୍କ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

ଭୁବନେଶ୍ବର: ଅକ୍ଟୋବର ୬ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଫଳରେ ୪ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୪ ତାରିଖରୁ ୧୦ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ବର୍ଷା ହେବ । ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଏହାସହ ଦିନର ତାପମାତ୍ରା ଅଧିକ ରହିବ । ଆଗାମୀ ୪୮ ଘଣ୍ଟାରେ କିଛି ସ୍ଥାନରେ ବିଜୁଳି ଘଡଘଡି ବର୍ଷା ସମ୍ଭାବନା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।


୪୮ ଘଣ୍ଟା ବିଜୁଳି ଘଡ଼ଘଡ଼ି ସତର୍କ:

Odisha Weather Update (ETV Bharat Odisha)

ଆଜି ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ବିଜୁଳି ଘଡ଼ଘଡ଼ି ରହିବ । ଏଥିପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ରହିବ । ଏଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

Odisha Weather Update (IMD)

କମିଛି ବର୍ଷା, ବଢ଼ିଛି ଗରମ:

ରାଜ୍ୟରେ ବର୍ଷାର ପରିମାଣ କମିଥିବା ବେଳେ ଅନେକ ସ୍ଥାନରେ ପାରଦ ଉପର ମୁହାଁ ହୋଇଛି । ଗତକାଲି ଅନେକ ସ୍ଥାନରେ ଗରମ ଗୁଳୁଗୁଳି ହୋଇଥିବା ବେଳେ ଭଦ୍ରକର ଚାନ୍ଦବାଲି ସବୁଠାରୁ ଉତ୍ତପ୍ତ ସହର ରହିଥିଲା । ଯେଉଁଠାରେ ସର୍ବାଧିକ ୩୫.୭ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ସେହପରି ଭୁବନେଶ୍ବରରେ ୩୫.୬ ଡିଗ୍ରୀ ସେଲସିୟସ ଓ କଟକରେ ୩୪.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି । ଏହାସହ ଫୁଲବାଣୀରେ ସର୍ବନିମ୍ନ ୨୨.୦ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

ଏହି ଯାଗାରେ ଅଧିକ ବର୍ଷା:

Odisha Weather Update (IMD)

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ଗଞ୍ଜାମ ଶେରଗଡ଼ରେ ସର୍ବାଧିକ ୫୧.୦ ମିମି ବର୍ଷା ରେକର୍ଡ ହୋଇଛି । ମୟୂରଭଞ୍ଜ ଜିବି ନଗରରେ ୨୦.୦ ମିମି, ଗଞ୍ଜାମ ସୋରଡ଼ାରେ ୧୯.୨, ଭୁବନେଶ୍ବର ୧୯.୦ ମିମି, ମୟୂରଭଞ୍ଜ ବେତନଟିରେ ୧୮.୩ ମିମି, ଗଞ୍ଜାମ ଆସ୍କାରେ ୧୭.୬ ମିମି ଓ ମାଲକାନଗିରି ଚିତ୍ରକୋଣ୍ଡାରେ ୧୭.୦ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ...ଦଶହରାରେ ଭିଜିବ ଓଡ଼ିଶା, ଅକ୍ଟୋବର ୬ରେ ଲଘୁଚାପ ସମ୍ଭାବନା - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ଅକ୍ଟୋବର ୪ରୁ ଲେଉଟିବ ବର୍ଷା ! ୯ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ଆଲର୍ଟ - Odisha Weather Latest Update

ଏହା ମଧ୍ୟ ପଢ଼ନ୍ତୁ...ଦ୍ବିତୀୟ ଦିନ ଖେଳ ଧୋଇଦେଲା ବର୍ଷା; ଷ୍ଟାଡିୟମରୁ ହୋଟେଲ ଫେରିଗଲେ ଖେଳାଳି - IND vs BAN Test

ନିଅଣ୍ଟିଆ ବର୍ଷା:

ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୧୦୯୨.୦ ମିମି ମିମି ବର୍ଷା ରେକର୍ଡ ହୋଇଛି । ଏବେ ବି ୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୧୧୫୦.୨ ମିମି ବର୍ଷା ସ୍ୱାଭାବିକ ରହିବା କଥା। । ବର୍ତ୍ତମାନ ସୁଦ୍ଧା ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି ଓ ୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details