ଭୁବନେଶ୍ବର:ରାଜ୍ୟରେ ବର୍ତ୍ତମାନ ପାଗ ଶୁଖିଲା ରହିଛି । ଆଗାମୀ ୭ ଦିନ ଯାଏଁ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଆର୍ଦ୍ରତା ଓ ଗୁଳୁଗୁଳି ପାଇଁ କାଁଭାଁ ସ୍ଥାନରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ନଥିବାବେଳେ ଉପକୂଳ ଅଞ୍ଚଳରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । କିଛିକିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଏସବୁ ଯାଗାରେ ବର୍ଷା:
ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ କିଛି କିଛି ଜିଲ୍ଲା ବିଶେଷକରି ଉପକୂଳ ଓଡିଶାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର, କଟକ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ହାଲୁକା ବର୍ଷା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି କେନ୍ଦ୍ରାପଡା, ଜଗତସିଂପୁର, ପୁରୀ, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ, ମୟୂରଭଞ୍ଜ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରେ ହାଲୁକା ବର୍ଷା ହେବାକୁ ଥିବାବେଳେ ଅବଶିଷ୍ଟ ଜିଲ୍ଲାରେ ଶୁଖିଲା ପାଗ ରହିବ । ସେହିପରି ୭ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ମାତ୍ର ଗଞ୍ଜାମ ଓ ପୁରୀର କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୮, ୯, ୧୦ ଓ ୧୧ ତାରିଖରେ ବର୍ଷା ହେବାର କୌଣସି ସମ୍ଭାବନା ନାହିଁ ।
ଏହା ମଧ୍ୟ ପଢ଼ନ୍ତୁ...୧୫ ଜିଲ୍ଲାକୁ ବିଜୁଳି ଘଡ଼ଘଡ଼ି ସତର୍କତା, ଦୀପାବଳିରେ କେମିତି ରହିବ ପାଗ? ଜାଣନ୍ତୁ |