ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତ । ଥରୁଛି ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶା । ଏଭଳି ଶୀତ ଆହୁରି ୨୪ ଘଣ୍ଟା ଯାଏଁ ଲାଗି ରହିବ । ଏହା ପରେ ତାପମାତ୍ରା ବଢିବା ସହ ଶୀତ କମିବ । ଆସନ୍ତା ୨୪ ଘଣ୍ଟା ଯାଏଁ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାକୁ ନଥିବା ବେଳେ ଏହା ପରେ ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ତେଣୁ ଶୀତର ପ୍ରକୋପ ହ୍ରାସ ପାଇବ । ସେପଟେ ଶୀତ କମିଲେ ମଧ୍ୟ ଘନ କୁହୁଡ଼ି ଦୃଶ୍ୟମାନ ହେବ । ଯାହାକୁ ନେଇ କିଛି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ଘନ କୁହୁଡ଼ି ୱାର୍ଣ୍ଣିଂ:
ଆହୁରି ୨୪ ଘଣ୍ଟା ଲାଗି ରହିବ ଶୀତ । ପରେ ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ । ପ୍ରଭାବରେ ହାଲୁକା ଶୀତ ଅନୁଭବ ହେବାକୁ ଥିବା ବେଳେ ଘନ କୁହୁଡି ଦୃଶ୍ୟମାନ ହେବ । ୧୩ ତାରିଖ ପର୍ଯ୍ୟନ୍ତ ଘନ କୁହୁଡି ନେଇ ସତର୍କତା ରହିଥିବା ବେଳେ ସୁନ୍ଦରଗଡ, ଢେଙ୍କାନାଳ, ଅନୁଗୋଳ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୨୪ ଘଣ୍ଟାରେ ଝାରସୁଗୁଡା, କେନ୍ଦୁଝର, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା ଏବଂ କଳାହାଣ୍ଡିରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ନେଇ ସତର୍କତା ଜାରିକରାଯାଇଛି ।
ସେହିପରି ଆସନ୍ତାକାଲି କୋରାପୁଟ, କନ୍ଧମାଳ, ଅନୁଗୋଳ, ଢେଙ୍କାନାଳ, ସମ୍ବଲପୁର ଓ ସୁନ୍ଦରଗଡରେ ଘନ କୁହୁଡିର ଦୃଶ୍ୟମାନକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ହାଲୁକା କୁହୁଡି ନେଇ ଝାରସୁଗୁଡା, କେନ୍ଦୁଝର, କଳାହାଣ୍ଡି, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ପୁରୀକୁ ସତର୍କତା ଜାରି କରାଯାଇଛି ।
ଏହା ମଧ୍ୟ ପଢ଼ନ୍ତୁ...ଆହୁରି ୨ ଦିନ ଘନକୁହୁଡି, ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ |