ପୁରୀ:ଆଜି ପବିତ୍ର କାର୍ତ୍ତିକ ଶୁକ୍ଳ ତ୍ରୟୋଦଶୀ ତିଥି । କାର୍ତ୍ତିକ ପଞ୍ଚୁକର ତୃତୀୟ ଦିବସ । ମହାପ୍ରଭୁ ଆଜି ‘ତ୍ରିବିକ୍ରମ’ ବା ‘ଆଡ଼ିକିଆ ବେଶ’ରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ଶ୍ରୀମନ୍ଦିରରେ ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବାୟତମାନେ ମହାପ୍ରଭୁଙ୍କୁ ତ୍ରିବିକ୍ରମ ବେଶରେ ସଜ୍ଜିତ କରିଥିଲେ ।
- କେମିତି ହୁଏ ତ୍ରିବିକ୍ରମ ବେଶ ?
ତ୍ରିବିକ୍ରମ ବେଶରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଓ ବଡଠାକୁର ଶ୍ରୀ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ସୋଲ, କନା, ବେତ, ଜମ୍ୱୁରା ଓ କଇଁଥ ଅଠାରେ ନିର୍ମିତ ହେବା ପରେ ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଖୋସା ଯାଇଥାଏ । ତ୍ରୀବିକ୍ରମ ବେଶ ଦର୍ଶନରେ ଅଶେଷ ପୁଣ୍ୟ ମିଳେ ବୋଲି ବିଶ୍ୱାସ ଥିବାରୁ ଆଦି ଶୀଜୀଉଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ଭକ୍ତ ଶ୍ରଦ୍ଧାଳୁଙ୍କ ବେଶ ଭିଡ ଜମିଛି ।
- ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼:
ପଞ୍ଚୁକ ବ୍ରତ ପାଳନ କରିବା ପାଇଁ ଶ୍ରୀମନ୍ଦିର ସହ ପୁରୀର ବିଭିନ୍ନ ମଠ, ମନ୍ଦିର ଓ ଧର୍ମାନୁଷ୍ଠାନ ଗୁଡ଼ିକରେ ଭକ୍ତଙ୍କର ପ୍ରବଳ ଭିଡ଼ ଲାଗି ରହିଛି । ଆଜି ପଞ୍ଚୁକ ବ୍ରତର ତୃତୀୟ ଦିନରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁ ଓ ହବିଷ୍ୟାଳୀଙ୍କ ପ୍ରବଳ ଭିଡ଼ ଲାଗିଥିବାରୁ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର, ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଛି ।