ଭୁବନେଶ୍ବର:ତାତିରୁ ମିଳିଛି ମୁକ୍ତି, ବର୍ଷା ଆଣିଲା ଆଶ୍ବସ୍ତି । ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିଥିବାବେଳେ ଆଗାମୀ ୫ ଦିନ ଯାଏ ଏଭଳି ପାଗ ରହିବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏହାସହ ରାଜ୍ୟରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ହୋଇପାରେ । ଆଜି ଦକ୍ଷିଣ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ ବିଭାଗ ।
ସେହିପରି ରାୟଗଡା, କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଏହି ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବର୍ତ୍ତମାନ ରାଜ୍ୟରେ ୩ ଦିନ ଯାଏ କାଳବୈଶାଖୀ ବର୍ଷା ବିକ୍ଷିପ୍ତ ଭାବେ ହେବାର ସମ୍ଭାବନା ଥିବାବେଳେ ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୂମାନ କରିଛି ।
ସେହିପରି ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବାବେଳେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି । ବିଶେଷ କରି ଉପକୂଳ ଓଡ଼ିଶାରେ ବର୍ଷା ହେବାକୁ ଥିବାବେଳେ ପ୍ରବଳ ବର୍ଷା ପାଇଁ କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି ନୟାଗଡ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।