ଭୁବନେଶ୍ବର: ବିଜେଡିରେ ସାମିଲ ହେଲେକଳାହାଣ୍ଡି ଜିଲ୍ଲା ଆଦିବାସୀ ସଂଘ ସଭାପତି ଦ୍ରୋଣାଚାର୍ଯ୍ୟ ମାଝୀ ଓ ଜିଲ୍ଲାର ବିଭିନ୍ନ ଆଦିବାସୀ ସଂଘର ନେତା ଓ କର୍ମକର୍ତ୍ତା । ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି ମିଶ୍ରଣ ପର୍ବରେ ସେମାନେ ସାମିଲ ହୋଇଛନ୍ତି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଓ କଳାହାଣ୍ଡି ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଉପସ୍ଥିତିରେ ସେମାନେ ବିଜେଡିରେ ଯୋଗ ଦେଇଛନ୍ତି ।
ଦଳରେ ସାମିଲ ହୋଇଥିବା ସମସ୍ତ ନେତା ଓ କର୍ମକର୍ତ୍ତାଙ୍କୁ ବିଜେଡି ନେତା ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ବିଭିନ୍ନ ଆଦିବାସୀ ସଂଘର କର୍ମକର୍ତ୍ତାଙ୍କ ଯୋଗଦାନ ଫଳରେ କଳାହାଣ୍ଡି ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୁତ ହେବ ବିଜେଡି ନେତା କହିଛନ୍ତି । ବିଜେଡ଼ିରେ ସାମିଲ ହୋଇଥିବା କଳାହାଣ୍ଡି ଜିଲ୍ଲା ଆଦିବାସୀ ସଂଘ ଉପସଭାପତି ଦ୍ରୋଣାଚାର୍ଯ୍ୟ ମାଝୀ କହିଛନ୍ତି, "ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟରେ ଆମେ ଅନୁପ୍ରାଣିତ ହୋଇଛୁ । ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ । ନୂତନ ଓ ବିକଶିତ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ ।"