ଭୁବନେଶ୍ବର:ଜନଜାତି ଛାତ୍ରଛାତ୍ରୀଙ୍କୁ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭେଟି । ଜନଜାତି ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ ୫ ହଜାର ଟଙ୍କା । 'ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା'ରେ ଜନଜାତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଶିକ୍ଷା ବର୍ଷରେ ଏକକାଳୀନ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜାନୁଆରୀ ୫ ତାରିଖରୁ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଏହି ପ୍ରୋତ୍ସାହନ ରାଶି ମିଳିବ ।
ଛାତ୍ରଛାତ୍ରୀଙ୍କୁ ୫ ହଜାର ପ୍ରୋତ୍ସାହନ ରାଶି :
ରାଜ୍ୟ ସରକାର ଜନଜାତିଙ୍କ ବିକାଶ ପାଇଁ ଅନେକ ଯୋଜନା ହାତକୁ ନେଇଛନ୍ତି । ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କ ଡ୍ରପ୍ ଆଉଟ ହାର ହ୍ରାସ କରିବା ପାଇଁ 'ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା' ୨୦୨୫ ଜାନୁଆରୀ ୫ ତାରିଖରେ ଆରମ୍ଭ କରିବାକୁ ଯାଉଛନ୍ତି । ଏଥିରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇ ଥିବା ଛାତ୍ରଛାତ୍ରୀମାନଙ୍କୁ ବାର୍ଷିକ ୫ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ମୋହନ ସରକାର । ସେହିପରି ସହିଦ ଲକ୍ଷ୍ମଣ ନାୟକ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମରେ ୭୦୫ଟି ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର ।
ଜନଜାତିଙ୍କୁ ମୁଖ୍ୟସ୍ରୋତରେ ସାମିଲ ପାଇଁ ପଦକ୍ଷେପ:
ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦ(TAC)ର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ଯ୍ୟକାଳ ୨ ବର୍ଷ ରଖାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀକହିଛନ୍ତି ଯେ, ଜନଜାତିଙ୍କୁ ସବୁ କ୍ଷେତ୍ରରେ ନ୍ୟାୟ ମିଳିବା ଏବଂ ସେମାନଙ୍କ ଅଧିକାରକୁ ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ହୋଇ କାମ କରୁଛନ୍ତି । ଏହି ଜନଜାତି ଉପଦେଷ୍ଟା ପରିଷଦରେ ଆଗାମୀ ୨ ବର୍ଷ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ଓ.ଆର୍.ଭି ଆଇନରେ ଅନୁସୂଚିତ ଜନଜାତି ଓ ଜାତି ପିଲାମାନେ ଯେପରି ନ୍ୟାୟ ପାଇବେ ଏବଂ ଜନଜାତିଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ।
'ଆଦିବାସୀମାନଙ୍କ ସଂପତ୍ତିକୁ ହସ୍ତାନ୍ତର କରାଯାଇପାରିବ ନାହିଁ':
ପରିଷଦ ବୈଠକରେ ୧୯୫୬ ଜମିଜମା ହସ୍ତାନ୍ତରଣ ଆଇନ ନିୟମାବଳୀ-୨ର ସଂଶୋଧନ ପ୍ରସ୍ତାବକୁ ନାମଞ୍ଜୁର କରାଯାଇଥିଲା । ୨୦୨୩ ଜୁଲାଇ ୧୧ ତାରିଖରେ ଅନୁଷ୍ଠିତ ଜନଜାତି ଉପଦେଷ୍ଟା ପରିଷଦ ବୈଠକରେ ଏହି ପ୍ରସ୍ତାବ ଆସିଥିଲା । ପରେ ୨୦୨୩ ନଭେମ୍ବର ୧୪ ତାରିଖରେ ରାଜ୍ୟ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଥିଲା । ୨୦୨୪ ଜାନୁଆରୀ ୨୯ ତାରିଖରେ ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହାକୁ ନାମଞ୍ଜୁର କରାଯାଇଥିଲା । ଆଜି ଜନଜାତି ଉପଦେଷ୍ଟା ପରିଷଦ ମଧ୍ୟ ଏହି ପ୍ରସ୍ତାବକୁ ନାମଞ୍ଜୁର କରିଛି । ଏହା ଫଳରେ ଆଦିବାସୀମାନଙ୍କ ସମ୍ପତ୍ତିକୁ ହସ୍ତାନ୍ତର କରାଯାଇପାରିବ ନାହିଁ ।
ମୁଣ୍ଡାରୀ ଭାଷାକୁ ଗୁରୁତ୍ବ: