ଗଜପତି: ଜିଲ୍ଲାରପାରଳାଖେମୁଣ୍ଡିର ନିଆରା ପରମ୍ପରା ଗଜମୁହାଁ । ପ୍ରତିବର୍ଷ ଚୈତ୍ରମାସର ପ୍ରତ୍ୟେକ ମଙ୍ଗଳବାରରେ ଏହା ପାଳିତ ହେଉଥିବା ବେଳେ ଶେଷ ମଙ୍ଗଳବାର ଖୁବ୍ ଆକର୍ଷଣୀୟ ହୋଇଥାଏ । ବିଶେଷ କରି ଏହି ପର୍ବ ନେଇ କବିଚନ୍ଦ୍ର ସାହିର ବେଶ ସ୍ୱତନ୍ତ୍ରତା ରହିଛି । ମହାମାରୀରୁ ରକ୍ଷା ପାଇବା ପାଇଁ ଠାକୁରାଣୀଙ୍କ ନିକଟରେ ଗଜମୁହାଁ ଭୋଗ କରିବା ପରମ୍ପରା କାହିଁ କେଉଁ କାଳରୁ ରହିଆସିଥିବା ବେଳେ ଆଜି ବି ଲୋକେ ଏହାକୁ ପାଳନ କରିଆସୁଛନ୍ତି ।
ପାରଳାଖେମୁଣ୍ଡି ସହରର ଗଜମୁହାଁ ପରମ୍ପରା ଯେତିକି ପୁରୁଣା ସେତିକି ରୋଚକ ମଧ୍ୟ । ସହରର ଅଧିକାଂଶ ସାହିରେ ପ୍ରତିବର୍ଷ ଚୈତ୍ର ମାସର ମଙ୍ଗଳବାରରେ ଏହା ପାଳିତ ହେଉଥିବା ବେଳେ ସହରର କବିଚନ୍ଦ୍ର ସାହିର ସବୁ ମଙ୍ଗଳବାରେ ଏହା ପାଳିତ ହୋଇଥାଏ । ଚୈତ୍ର ମାସର ଅନ୍ୟ ମଙ୍ଗଳବାର ଅପେକ୍ଷା ଶେଷ ମଙ୍ଗଳବାରର ଗଜମୁହାଁର ରହିଛି ସ୍ବତନ୍ତ୍ରତା । ଲିଆ, ଗୁଡରେ ପ୍ରସ୍ତୁତ ଗଜମୁଆଁକୁ ବିଭିନ୍ନ ପ୍ରକାରରେ ସଜ୍ଜିତ କରି ଗଜମୁହାଁ ପ୍ରସ୍ତୁତ କରାଯାଏ । ପ୍ରତି ମଙ୍ଗଳବାର ସନ୍ଧ୍ୟାରେ ସାହିର ଯୁବକମାନେ ଏହାକୁ ପୂଜା କରିବା ସହ ମୁଣ୍ଡରେ ଧରି ସହର ପରିକ୍ରମା କରିଥାନ୍ତି । ବୁଧବାର ସକାଳୁ ଠାକୁରାଣୀଙ୍କ ନିକଟରେ ଭୋଗ ଲଗାଇବା ପରେ ଏହାକୁ ସମସ୍ତେ ପାଇଥାନ୍ତି ।
ମୁହାଁ ପରିକ୍ରମା ସମୟରେ ବାଜୁଥିବା ବାଜାର ବି ସ୍ବତନ୍ତ୍ରତା ରହିଛି । ଏହି ପରମ୍ପରାକୁ ପାଳନ କରିବା ପାଇଁ କବିଚନ୍ଦ୍ର ସାହିର ଯିଏ ଯେଉଁଠି ଥାନ୍ତୁ ନା କାହିଁକି ସମସ୍ତେ ଘର ମୁହାଁ ହୋଇଥାନ୍ତି । ସମସ୍ତେ ରାତି ତମାମ ବୁଲିବା ସହ ବୁଧବାର ସକାଳେ ଏହାକୁ ବିସର୍ଜନ କରିବା ପରେ ଘରକୁ ଫେରିଥାନ୍ତି । ଏଥିରେ ପିଲା ଠାରୁ ବୁଢା ସମସ୍ତେ ସାମିଲ ହୋଇ ମଜା ଉଠାଇଥାନ୍ତି । ତେଣୁ ବଡମାନଙ୍କ ପାଇଁ ବଡ ଏବଂ ଛୋଟ ପିଲାଙ୍କ ପାଇଁ ସାନ ମୁଆଁ ପ୍ରସ୍ତୁତ କରାଯାଇଥାଏ ।
ଏହାମଧ୍ୟ ପଢନ୍ତୁ.. ମା' ଶାରଳାଙ୍କ ପୀଠରେ ଝାମୁଯାତ୍ରା, ଜମିଲା ଭକ୍ତଙ୍କ ଭିଡ - Jhamu Jatra