ଭୁବନେଶ୍ବର:ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ ଘୋଷଣା । ସେବାୟତଙ୍କ ସ୍ବାସ୍ଥ୍ୟବୀମା ବୃଦ୍ଧି କଲେ ରାଜ୍ୟ ସରକାର । ସ୍ୱାସ୍ଥ୍ୟବୀମା ରାଶି ୨ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ଘୋଷଣା କରାଯାଇଛି । ଗୁରୁତର ରୋଗ କ୍ଷେତ୍ରରେ ଅତିରିକ୍ତ ୫ ଲକ୍ଷ ଟଙ୍କା ପ୍ରଦାନ କରିବେ ସରକାର ।
ପୁରୀ ଜଗନ୍ନାଥ ମନ୍ଦିର ସେବାୟତମାନଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ଯୋଜନା ମଧ୍ୟରେ ବିଭିନ୍ନ ଭତ୍ତା ପରିମାଣ ଓ ସ୍ୱାସ୍ଥ୍ୟବୀମାରେ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପ୍ରବେଶିକା ପରୀକ୍ଷା ପାଇଁ କୋଚିଂ ବ୍ୟବସ୍ଥା ମଧ୍ୟ କରାଯିବ । ସେବାୟତ ପରିବାରର ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ପ୍ରବେଶିକା ପରୀକ୍ଷା ଯଥା NEET, JEE ଓ ସିଭିଲ ସର୍ଭିସ କୋଚିଂ ପାଇଁ ବ୍ୟବସ୍ଥା ବାବଦରେ ବର୍ଷକୁ ୫୦ ହଜାର ଟଙ୍କା ହିସାବରେ ସର୍ବାଧିକ ୩ ଥର ସହାୟତା ଯୋଗାଇ ଦିଆଯିବ । ବିଭିନ୍ନ କଲ୍ୟାଣ ଯୋଜନା ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ରାଜ୍ୟ ସରକାର ୧୦.୮୫ କୋଟି ଟଙ୍କା ପ୍ରଦାନ କରିଛନ୍ତି । 5T ଅଧ୍ୟକ୍ଷଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପରିଦର୍ଶନ ଓ ପୁରୀ ଗସ୍ତ ସମୟରେ ମିଳିଥିବା ପ୍ରସ୍ତାବକୁ କାର୍ଯ୍ୟକାରୀ କରିଛନ୍ତି ରାଜ୍ୟ ସରକାର ।
ଏହା ମଧ୍ୟ ପଢନ୍ତୁ:ପଞ୍ଚାୟତିରାଜ ପ୍ରତିନିଧିଙ୍କ ଦରମା ବଢ଼ାଇଲେ ନବୀନ, ସରପଞ୍ଚଙ୍କୁ ମିଳିବ ୧୦ ହଜାର