ଓଡିଶା

odisha

ETV Bharat / state

କାଲିଠୁ ପ୍ରବଳ ବର୍ଷା,ଏସବୁ ଜିଲ୍ଲାକୁ ଆଲର୍ଟ ଜାରି - Odisha Weather - ODISHA WEATHER

Odisha Weather Update: ଆସନ୍ତାକାଲି ଠାରୁ ରାଜ୍ୟରେ ବଢ଼ିବ ବର୍ଷା । କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଅଧିକ ପଢ଼ନ୍ତୁ

Odisha Weather Update
Odisha Weather Update (ETV Bharat Odisha)

By ETV Bharat Odisha Team

Published : Jul 12, 2024, 9:28 PM IST

ଭୁବନେଶ୍ବର:ରାଜ୍ୟରେ ଜାରି ରହିଛି ବର୍ଷା । ଯଦିଓ ଗତ 2 ଦିନ ଧରି ବର୍ଷାର ପରିମାଣ କମିଥିଲା, କିନ୍ତୁ ଏବେ ପୁଣିଥରେ ବୃଦ୍ଧି ପାଇବ ବର୍ଷା । ଆଗାମୀ 2ରୁ 3 ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

Odisha Weather Update (ETV Bharat Odisha)

ପାଣିପାଗ ବିଭାଗର ସୂଚନା ଅନୁସାରେ, ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆଗାମୀ 5ରୁ 7 ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି 13 ତାରିଖରୁ ବର୍ଷାର ପରିମାଣ ବଢ଼ିବ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର । ସେହିପରି 14 ଓ 15 ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ତେବେ ଆସନ୍ତା 14 ତାରିଖରେ କିଛି କିଛି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ କରାଯାଇଛି । ଜିଲ୍ଲା ଗୁଡ଼ିକ ହେଲା ବରଗଡ଼, କନ୍ଧମାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଗଞ୍ଜାମ, ଦେବଗଡ଼ ଓ ଗଜପତି । ସେହପରି 15 ତାରିଖରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା କହିଛି । ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏନେଇ ରାୟଗଡ଼ା, ମନାଲକାନଗିରି ଓ କାରୋପୁଟ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ 16 ତାରିଖରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ନେଇ ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

ଏହା ମଧ୍ୟ ପଢ଼ନ୍ତୁ... ରାଜ୍ୟରେ ୧୩ରୁ ପୁଣି ବଢିବ ବର୍ଷା ! ୟେଲୋ ଆଲର୍ଟରେ ୮ ଜିଲ୍ଲା - ODISHA WEATHER UPDATE


ଅନ୍ୟପଟେ ରାଜ୍ୟରେ ବର୍ତ୍ତମାନ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡି଼ ସହ ବର୍ଷ ହୋଇଥିବା ବେଳେ ପାରାଦ୍ବୀପରେ ସର୍ବାଧିକ ୭୩.୭ ମିଲି ମିଟର ବର୍ଷା ରେକର୍ଡ଼ ହୋଇଛି । ସେହିପରି ସର୍ବାଧିକ ତାପମାତ୍ରା ନୂଆପଡାରେ ୩୮.୦ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details